‘ଓଡ଼ିଶା ଚାଷୀଙ୍କୁ ମିଳୁନି କେନ୍ଦ୍ରୀୟ ଅନୁଦାନ’

ଢେଙ୍କାନାଳ ଅଫିସ, ୨୭ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷି କ୍ଷେତ୍ର ପାଇଁ ଓଡ଼ିଶାକୁ ବିପୁଳ ଆର୍ଥତ୍କ ଅନୁଦାନ ଦେଉଛନ୍ତି। ରାଜ୍ୟର ଚାଷୀଙ୍କ ପାଖରେ ଏହା ପହଞ୍ଚୁନାହିଁ। ନୂତନ କୃଷି ଆଇନ ଦ୍ୱାରା ଦେଶର ଚାଷୀ ଲାଭବାନ ହେବେ। ନଖ ଘଷୁଥିବା ଗୋଷ୍ଠୀ ଏହାକୁ ବିରୋଧ କରୁଛନ୍ତି ବୋଲି କହିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଢେଙ୍କାନାଳ ମିନି ଷ୍ଟାଡିୟମରେ ଶନିବାର ଆୟୋଜିତ କୃଷକ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ।

ନିଜ ବକ୍ତବ୍ୟରେ ଧର୍ମେନ୍ଦ୍ର କହିଲେ, ଗତ ୬ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା ତଥା ଡିବିଟି ଜରିଆରେ ୬୦ହଜାର ୮୩୬.୯୭ କୋଟି ଟଙ୍କା ଦିଆଯାଇଛି। ୨୦୧୯-୨୦ ଆର୍ଥତ୍କ ବର୍ଷରେ ଢେଙ୍କାନାଳ ଚାଷୀଙ୍କଠାରୁ କେନ୍ଦ୍ର ସରକାର ୧ଲକ୍ଷ ୨୮ହଜାର ୬୧୦ ମେଟ୍ରିକ ଟନ୍‌ ଏବଂ ଅନୁଗୋଳ ଚାଷୀଙ୍କଠାରୁ ୮୬ ହଜାର ୨୯୨ ମେଟ୍ରିକ ଟନ୍‌ର ଖାଦ୍ୟଶସ୍ୟ କିଣିଛନ୍ତି। ନୂଆ କୃଷି ଆଇନରେ ଚାଷୀମାନେ ଦେଶର ଯେ କୌଣସି ସ୍ଥାନରେ ଉତ୍ପାଦିତ ସାମଗ୍ରୀ ବିକ୍ରି କରିପାରିବେ। ଢେଙ୍କାନାଳର ଆମ୍ବ ବମ୍ବେ ଏବଂ ଅନୁଗୋଳର ଲିଚୁ ପଶ୍ଚିମବଙ୍ଗ ବଜାରରେ ବିକ୍ରି ହୋଇପାରିବ। ହେଲେ କୃଷି ଆଇନକୁ ନେଇ ଚାଷୀଙ୍କ ମନରେ ଭ୍ରମ ସୃଷ୍ଟି କରାଯାଉଛି ବୋଲି ସେ କହିଥିଲେ। ଓଡ଼ିଶାର ବରଗଡ଼ ପରେ ଢେଙ୍କାନାଳରେ କୃଷିବର୍ଜ୍ୟରୁ ଇଥାନଲ୍‌ ପ୍ରସ୍ତୁତ କରାଯିବା ବ୍ୟବସ୍ଥା କରାଯାଉଥିବା ଧର୍ମେନ୍ଦ୍ର ସୂଚନା ଦେଇଥିଲେ। ଆବାସ ଯୋଜନା ହଟଚମଟ ବିଷୟରେ ଗୁରୁତ୍ୱାରୋପ କରି ସେ କହିଲେ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ଘର ଉପରେ ବିଜୁ ପକ୍କାଘର ଷ୍ଟିକର ମରାଯାଉଛି। ୨୦୨୦ ସୁଦ୍ଧା ସମସ୍ତଙ୍କ ମୁଣ୍ଡ ଉପରେ ପକ୍କାଘର ହେବା ନେଇ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଓଡ଼ିଶାରେ ଏହି କାର୍ଯ୍ୟକ୍ରମକୁ ଜଗିବା ଆବଶ୍ୟକ ବୋଲି ଧର୍ମେନ୍ଦ୍ର କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି। ରାଜ୍ୟରେ ପ୍ରଶାସନ ଓ ମଧ୍ୟସ୍ଥଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଚାଲିଛି। ରାଜ୍ୟ ସରକାରଙ୍କ କାଳିଆ ଟଙ୍କା ଏବଂ ୫୦୦୦ ନିଖୋଜ ଶିଶୁ କୁଆଡ଼େ ଗଲେ ବୋଲି ସେ ପ୍ରଶ୍ନ କରିଛନ୍ତି। ସ୍ବଚ୍ଛ ଭାରତ ଅଭିଯାନରେ ଓଡ଼ିଶାରେ ୭୭ ଲକ୍ଷ ୧୪ ହଜାରରୁ ଊର୍ଦ୍ଧ୍ୱ ଶୌଚାଳୟ ନିର୍ମାଣ ହୋଇଛି। କରୋନା ସମୟରେ ଉଜ୍ଜ୍ୱଳା ଯୋଜନାରେ ୪୭ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ବିନା ମୂଲ୍ୟରେ ୩ଟି ଲେଖାଏ ଏଲ୍‌ପିଜି ସିଲିଣ୍ଡର ଦିଆଯାଇଛି। ମହିଳା ଶକ୍ତିକେନ୍ଦ୍ର ପ୍ରତିଷ୍ଠା ପାଇଁ ୭.୭୫ କୋଟି ଟଙ୍କା ଦିଆଯାଇଥିବା ସମାବେଶରେ ଧର୍ମେନ୍ଦ୍ର ସୂଚନା ଦେଇଥିଲେ।
ଜିଲା ଭାଜପା ସଭାପତି ନରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ମନମୋହନ ସାମଲ, ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ, ରୁଦ୍ରନାରାୟଣ ପାଣି, କୃଷ୍ଣଚନ୍ଦ୍ର ପାତ୍ର ପ୍ରମୁଖ ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri