‘ଓଡ଼ିଶା ଚାଷୀଙ୍କୁ ମିଳୁନି କେନ୍ଦ୍ରୀୟ ଅନୁଦାନ’

ଢେଙ୍କାନାଳ ଅଫିସ, ୨୭ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷି କ୍ଷେତ୍ର ପାଇଁ ଓଡ଼ିଶାକୁ ବିପୁଳ ଆର୍ଥତ୍କ ଅନୁଦାନ ଦେଉଛନ୍ତି। ରାଜ୍ୟର ଚାଷୀଙ୍କ ପାଖରେ ଏହା ପହଞ୍ଚୁନାହିଁ। ନୂତନ କୃଷି ଆଇନ ଦ୍ୱାରା ଦେଶର ଚାଷୀ ଲାଭବାନ ହେବେ। ନଖ ଘଷୁଥିବା ଗୋଷ୍ଠୀ ଏହାକୁ ବିରୋଧ କରୁଛନ୍ତି ବୋଲି କହିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଢେଙ୍କାନାଳ ମିନି ଷ୍ଟାଡିୟମରେ ଶନିବାର ଆୟୋଜିତ କୃଷକ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ।

ନିଜ ବକ୍ତବ୍ୟରେ ଧର୍ମେନ୍ଦ୍ର କହିଲେ, ଗତ ୬ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା ତଥା ଡିବିଟି ଜରିଆରେ ୬୦ହଜାର ୮୩୬.୯୭ କୋଟି ଟଙ୍କା ଦିଆଯାଇଛି। ୨୦୧୯-୨୦ ଆର୍ଥତ୍କ ବର୍ଷରେ ଢେଙ୍କାନାଳ ଚାଷୀଙ୍କଠାରୁ କେନ୍ଦ୍ର ସରକାର ୧ଲକ୍ଷ ୨୮ହଜାର ୬୧୦ ମେଟ୍ରିକ ଟନ୍‌ ଏବଂ ଅନୁଗୋଳ ଚାଷୀଙ୍କଠାରୁ ୮୬ ହଜାର ୨୯୨ ମେଟ୍ରିକ ଟନ୍‌ର ଖାଦ୍ୟଶସ୍ୟ କିଣିଛନ୍ତି। ନୂଆ କୃଷି ଆଇନରେ ଚାଷୀମାନେ ଦେଶର ଯେ କୌଣସି ସ୍ଥାନରେ ଉତ୍ପାଦିତ ସାମଗ୍ରୀ ବିକ୍ରି କରିପାରିବେ। ଢେଙ୍କାନାଳର ଆମ୍ବ ବମ୍ବେ ଏବଂ ଅନୁଗୋଳର ଲିଚୁ ପଶ୍ଚିମବଙ୍ଗ ବଜାରରେ ବିକ୍ରି ହୋଇପାରିବ। ହେଲେ କୃଷି ଆଇନକୁ ନେଇ ଚାଷୀଙ୍କ ମନରେ ଭ୍ରମ ସୃଷ୍ଟି କରାଯାଉଛି ବୋଲି ସେ କହିଥିଲେ। ଓଡ଼ିଶାର ବରଗଡ଼ ପରେ ଢେଙ୍କାନାଳରେ କୃଷିବର୍ଜ୍ୟରୁ ଇଥାନଲ୍‌ ପ୍ରସ୍ତୁତ କରାଯିବା ବ୍ୟବସ୍ଥା କରାଯାଉଥିବା ଧର୍ମେନ୍ଦ୍ର ସୂଚନା ଦେଇଥିଲେ। ଆବାସ ଯୋଜନା ହଟଚମଟ ବିଷୟରେ ଗୁରୁତ୍ୱାରୋପ କରି ସେ କହିଲେ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ଘର ଉପରେ ବିଜୁ ପକ୍କାଘର ଷ୍ଟିକର ମରାଯାଉଛି। ୨୦୨୦ ସୁଦ୍ଧା ସମସ୍ତଙ୍କ ମୁଣ୍ଡ ଉପରେ ପକ୍କାଘର ହେବା ନେଇ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଓଡ଼ିଶାରେ ଏହି କାର୍ଯ୍ୟକ୍ରମକୁ ଜଗିବା ଆବଶ୍ୟକ ବୋଲି ଧର୍ମେନ୍ଦ୍ର କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି। ରାଜ୍ୟରେ ପ୍ରଶାସନ ଓ ମଧ୍ୟସ୍ଥଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଚାଲିଛି। ରାଜ୍ୟ ସରକାରଙ୍କ କାଳିଆ ଟଙ୍କା ଏବଂ ୫୦୦୦ ନିଖୋଜ ଶିଶୁ କୁଆଡ଼େ ଗଲେ ବୋଲି ସେ ପ୍ରଶ୍ନ କରିଛନ୍ତି। ସ୍ବଚ୍ଛ ଭାରତ ଅଭିଯାନରେ ଓଡ଼ିଶାରେ ୭୭ ଲକ୍ଷ ୧୪ ହଜାରରୁ ଊର୍ଦ୍ଧ୍ୱ ଶୌଚାଳୟ ନିର୍ମାଣ ହୋଇଛି। କରୋନା ସମୟରେ ଉଜ୍ଜ୍ୱଳା ଯୋଜନାରେ ୪୭ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ବିନା ମୂଲ୍ୟରେ ୩ଟି ଲେଖାଏ ଏଲ୍‌ପିଜି ସିଲିଣ୍ଡର ଦିଆଯାଇଛି। ମହିଳା ଶକ୍ତିକେନ୍ଦ୍ର ପ୍ରତିଷ୍ଠା ପାଇଁ ୭.୭୫ କୋଟି ଟଙ୍କା ଦିଆଯାଇଥିବା ସମାବେଶରେ ଧର୍ମେନ୍ଦ୍ର ସୂଚନା ଦେଇଥିଲେ।
ଜିଲା ଭାଜପା ସଭାପତି ନରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ମନମୋହନ ସାମଲ, ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ, ରୁଦ୍ରନାରାୟଣ ପାଣି, କୃଷ୍ଣଚନ୍ଦ୍ର ପାତ୍ର ପ୍ରମୁଖ ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?