ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ।

ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ପୂର୍ବାହ୍ନ ୧୦ଟା ୫୦ ମିନିଟ୍‌ରେ ଭୁବନେଶ୍ବର ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ୧୧ଟା ୧୦ରେ ସିଧାସଳଖ ଗାଡ଼କଣ ବସ୍ତିକୁ ଯିବେ। ସେଠାରେ ୩୦ ମିନିଟ୍‌ ରହି ପ୍ରଧାନମନ୍ତ୍ରୀ ଆବାସର ହିତାଧିକାରୀଙ୍କ ସହ ଆଲୋଚନା କରିବେ। ଏହାପରେ ୧୧ଟା ୫୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରେ ପ୍ରାୟ ୧ ଘଣ୍ଟା ରହି ଅପରାହ୍ନ ୧ଟା ୨୦ ମିନିଟ୍‌ରେ ନୂଆଦିଲ୍ଲୀ

ଫେରିଯିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷାରେ ୮୧ ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଛନ୍ତି। ୧୧ଜଣ ଡିସିପି ର଼୍ୟାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସ୍‌ପି, ୧୦୦ ଆଇଆଇସି ଓ ୩୦୦ ବରିଷ୍ଠ ପୋଲିସ ଅଧିକାରୀ

ଦାୟିତ୍ୱରେ ରହିଛନ୍ତି। ବିମାନବନ୍ଦରରୁ ଜନତା ମଇଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍‌ ରହିବ। ବ୍ୟାପକ ମହିଳା ପୋଲିସ କର୍ମଚାରୀଙ୍କ ସହ ସାଦା ପୋଷାକରେ ରହିବେ ପୋଲିସ। ସେହିପରି ଓଡ୍ରାଫ ଏବଂ ୬ କମ୍ପାନୀ ସିଆର୍‌ପିଏଫ୍‌ ମଧ୍ୟ ମୁତୟନ ରହିବେ। ଉଚ୍ଚ ଅଟ୍ଟାଳିକାଗୁଡ଼ିକରେ ସୁରକ୍ଷା ବଳ ମୁତୟନ ରହିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଲାଗି କମିଶନରେଟ୍‌ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏ ଜୟଦେବ ବିହାରରୁ ନାଲ୍‌କୋ ଛକ, ନାଲ୍‌କୋ ଛକରୁ ଜୟଦେବ ବିହାର ଯାଏ ଏହି କଟକଣା ବଳବତ୍ତର ରହିବ। ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାଇଁ ଜନତା ମଇଦାନରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶାଳ ମହିଳା ସମାବେଶର ଆୟୋଜନ କରାଯାଇଛି। ମୋଦିଙ୍କ ଗସ୍ତ ପାଇଁ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ଏଥିସହ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ ଓ ରାଜସ୍ବ ଏବଂ ମାଜିଷ୍ଟେରିଆଲ କୋର୍ଟ(କାର୍ଯ୍ୟନିର୍ବାହୀ) ଛୁଟି ଘୋଷଣା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri