ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ।

ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ପୂର୍ବାହ୍ନ ୧୦ଟା ୫୦ ମିନିଟ୍‌ରେ ଭୁବନେଶ୍ବର ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ୧୧ଟା ୧୦ରେ ସିଧାସଳଖ ଗାଡ଼କଣ ବସ୍ତିକୁ ଯିବେ। ସେଠାରେ ୩୦ ମିନିଟ୍‌ ରହି ପ୍ରଧାନମନ୍ତ୍ରୀ ଆବାସର ହିତାଧିକାରୀଙ୍କ ସହ ଆଲୋଚନା କରିବେ। ଏହାପରେ ୧୧ଟା ୫୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରେ ପ୍ରାୟ ୧ ଘଣ୍ଟା ରହି ଅପରାହ୍ନ ୧ଟା ୨୦ ମିନିଟ୍‌ରେ ନୂଆଦିଲ୍ଲୀ

ଫେରିଯିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷାରେ ୮୧ ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଛନ୍ତି। ୧୧ଜଣ ଡିସିପି ର଼୍ୟାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସ୍‌ପି, ୧୦୦ ଆଇଆଇସି ଓ ୩୦୦ ବରିଷ୍ଠ ପୋଲିସ ଅଧିକାରୀ

ଦାୟିତ୍ୱରେ ରହିଛନ୍ତି। ବିମାନବନ୍ଦରରୁ ଜନତା ମଇଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍‌ ରହିବ। ବ୍ୟାପକ ମହିଳା ପୋଲିସ କର୍ମଚାରୀଙ୍କ ସହ ସାଦା ପୋଷାକରେ ରହିବେ ପୋଲିସ। ସେହିପରି ଓଡ୍ରାଫ ଏବଂ ୬ କମ୍ପାନୀ ସିଆର୍‌ପିଏଫ୍‌ ମଧ୍ୟ ମୁତୟନ ରହିବେ। ଉଚ୍ଚ ଅଟ୍ଟାଳିକାଗୁଡ଼ିକରେ ସୁରକ୍ଷା ବଳ ମୁତୟନ ରହିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଲାଗି କମିଶନରେଟ୍‌ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏ ଜୟଦେବ ବିହାରରୁ ନାଲ୍‌କୋ ଛକ, ନାଲ୍‌କୋ ଛକରୁ ଜୟଦେବ ବିହାର ଯାଏ ଏହି କଟକଣା ବଳବତ୍ତର ରହିବ। ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାଇଁ ଜନତା ମଇଦାନରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶାଳ ମହିଳା ସମାବେଶର ଆୟୋଜନ କରାଯାଇଛି। ମୋଦିଙ୍କ ଗସ୍ତ ପାଇଁ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ଏଥିସହ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ ଓ ରାଜସ୍ବ ଏବଂ ମାଜିଷ୍ଟେରିଆଲ କୋର୍ଟ(କାର୍ଯ୍ୟନିର୍ବାହୀ) ଛୁଟି ଘୋଷଣା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri