Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦି ଶୁଭାରମ୍ଭ କଲେ ‘ଆତ୍ମନିର୍ଭର ଅଭିଯାନ’: ଉତ୍ତର ପ୍ରଦେଶରେ ୧.୨୫କୋଟି ଶ୍ରମିକଙ୍କୁ ମିଳିବ ରୋଜଗାର

ଲକ୍ଷ୍ନୌ,୨୬।୬: କରୋନା ସଙ୍କଟ ଓ ଲକ୍‌ଡାଉନ୍‌ ଯୋଗୁ କୋଟି କୋଟି ଶ୍ରମିକ ନିଜ ଘରକୁ ଫେରିଆସିଛନ୍ତି। ରାଜ୍ୟକୁ ଫେରିବା ପରେ ସେମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ଉରତ୍ତରପ୍ରଦେଶ ସରକାର ଓ କେନ୍ଦ୍ର ସରକାର ଅଣ୍ଟା ଭିଡ଼ିଛନ୍ତି। ଶୁକ୍ରବାର ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ‘ଆତ୍ମନିର୍ଭର ଉତ୍ତର ପ୍ରଦେଶ ରୋଜଗାର ଅଭିଯାନ’ ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ରହିଥିଲେ। ଯୋଜନା ଶୁଭାରମ୍ଭ କରିବା ସମୟରେ ପ୍ରଧାନମନ୍ତ୍ରୀ ମୋଦି ଉତ୍ତରପ୍ରଦେଶର ୬ଟି ଜିଲାର ଗ୍ରାମବାସୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି। ଏଥିସହ ଜନସାଧାରଣଙ୍କୁ ସମ୍ବୋଧିତ କରି ମୋଦି କହିଛନ୍ତି, ସଙ୍କଟ ମଧ୍ୟରେ ଯିଏ ସାହସ ଦେଖାଇବ, ସେ ହିଁ ସଫଳତାର ଶୀର୍ଷରେ ପହଞ୍ଚିବ। ବର୍ତ୍ତମାନ ବିଶ୍ୱରେ କରୋନା ସଙ୍କଟ ଦେଖାଦେଇଛି। ଏହାରି ଭିତରେ ଉତ୍ତରପ୍ରଦେଶ ସରକାର ଗରିବ କଲ୍ୟାଣ ରୋଜଗାର ଯୋଜନା ଆରମ୍ଭ କରିଛନ୍ତି। ଏହା ଅଧିନରେ ଆତ୍ମନିର୍ଭର ଉତ୍ତର ପ୍ରଦେଶ ରୋଜଗାର ଅଭିଯାନ ଚାଲିଛି। ଏଭଳି ପଦକ୍ଷେପ ଗ୍ରହଣ କରି ଯୋଗୀ ବିପର୍ଯ୍ୟୟକୁ ସୁଯୋଗରେ ପରିଣତ କରିଛନ୍ତି ବୋଲି ମୋଦି କହିଛନ୍ତି। ତେବେ ଏହି ଅଭିଯାନ ଦ୍ୱାରା କର୍ମସଂସ୍ଥାନ ଯୋଗାଣ, ଆଞ୍ଚଳିକ ଉଦ୍ୟୋଗର ବିକାଶ, ଶିଳ୍ପସଂଘ ଏବଂ ଅନ୍ୟାନ୍ୟ ଅନୁଷ୍ଠାନ ସହ ଅଂଶୀଦାର ସୃଷ୍ଟି କରି ରୋଜଗାର ସୁଯୋଗ ଯୋଗାଇଦିଆଯିବାର ଲକ୍ଷ୍ୟ ରଖାଯାଇଛି। ଏହି ଯୋଜନା ମାଧ୍ୟମରେ ରାଜ୍ୟର ୧.୨୫କୋଟି ଶ୍ରମିକ ରୋଜଗାରକ୍ଷମ ହୋଇପାରିବେ ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?