Posted inଜାତୀୟ

ଗୁଜରାଟ ଏମ୍ସର ଶିଳାନ୍ୟାସ କଲେ ମୋଦି

ନୂଆଦିଲ୍ଲୀ,୩୧ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାଜକୋଟରେ ହେବାକୁ ଥିବା ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)ର ଶିଳାନ୍ୟାସ କରିଛନ୍ତି । ଭିଡିଓ କନଫରେନସିଂ ଜରିଆରେ ମୋଦି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଏହି ଅବସରରେ ମୋଦି କହିଛନ୍ତି ଖୁବ୍‌ଶୀଘ୍ର ଦେଶରେ କରୋନା ଭ୍ୟାକ୍ସିନକୁ ମଞ୍ଜରୀ ମିଳିବା ସହ ବହୁ ପରିମାଣରେ ଟିକାକରଣ ଅଭିଯାନ ମଧ୍ୟ ଆରମ୍ଭ କରାଯିବ । ସେ କହିଛନ୍ତି ଦେଶର ଇନଫ୍ରାଷ୍ଟ୍ରକ୍‌ଚର ମଜଭୁତ କରିବାକୁ ଆଉ ଗୋଟିଏ ପାଦ ଆଗକୁ ନିଆଯାଇଛି । କରୋନା ଭ୍ୟାକ୍ସିନକୁ ନେଇ ମୋଦି କହିଛନ୍ତି ନୂଆବର୍ଷ ୨୦୨୧ ଆରୋଗ୍ୟର ଆଶା ନେଇ ଆସୁଛି । ଦେଶରେ ଭ୍ୟାକ୍ସିନକୁ ନେଇ ସବୁ ପ୍ରକାର ଜରୁରୀ ପ୍ରସ୍ତୁତି ଚାଲିଛି । ଚଳିତବର୍ଷ କରୋନାରେ ମୃତ୍ୟୁ ହୋଇଥିବା କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ପ୍ର୍ରଧାନମନ୍ତ୍ରୀ । ସୂଚନାଯୋଗ୍ୟ, ରାଜକୋଟରେ ୨୦୧ ଏକର ପରିମିତ ସ୍ଥାନରେ ଏମ୍ସ ନିର୍ମାଣ ହେବାକୁ ଯାଉଛି । ଏହାର ଖର୍ଚ୍ଚ ପାଖାପାଖି ୧୧୯୫ କୋଟି ରଖାଯାଇଛି । ୨୦୨୨ ସୁଦ୍ଧା ଏହାର ନିର୍ମାଣ କାର୍ଯ୍ୟ ସରିବ ବୋଲି ଯୋଜନା ରହିଛି । ୭୫୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲରେ ୩୦ ଆୟୁଷ ବେଡ୍ ରହିବ । ଏହାସହ ୧୨୨ ଏମ୍‌ବିବଏସ୍ ସିଟ୍ ଓ ୬୦ ନର୍ସିଂ ସିଟ୍ ମଧ୍ୟ ରଖାଯିବ । ଏହାକୁ ସିଧାସଲଖ ରାଜକୋଟ ଏୟାରପୋର୍ଟ ସହ ସଂଯୁକ୍ତ କରାଯିବ । ଏଠାକୁ ଚିକିତ୍ସା ପାଇଁ ଆସୁଥିବା ଲୋକଙ୍କ ସହ ଥିବା ପରିବାର ସଦସ୍ୟଙ୍କ ପାଇଁ ଅଲଗା ଧର୍ମଶାଳା ବି ନିର୍ମାଣ କରାଯାଉଛି । ସେହିପରି ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ଅଲଗା କ୍ୱାଟର୍ସ ନିର୍ମାଣ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri