Posted inଜାତୀୟ

ମୋଦିଙ୍କ ମୟୂର ପ୍ରେମ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାସଭବନରେ କିପରି ମୟୂର ସହ ସମୟ କଟାଉଛନ୍ତି ତାହା ଏବେ ଦେଖିବାକୁ ମିଳିଛି। ଇନଷ୍ଟାଗ୍ରାମରେ ଏବେ ଏକ ଭିଡିଓ ଦର୍ଶାଉଛି ମୋଦିଙ୍କ ମୟୂର ପ୍ରତି ଥିବା ପ୍ରେମ। ଉକ୍ତ ଭିଡିଓରେ ମୋଦି କିପରି ମୟୂରଙ୍କୁ ଦାନା ଖାଇବାକୁ ଦେଉଛନ୍ତି ମର୍ଣ୍ଣିଂ ଓ୍ବାକରେ ତାଙ୍କ ସହ ଚାଲୁଛନ୍ତି ଏହା ଦେଖିବାକୁ ମିଳିଛି।

ପ୍ରଧାନମନ୍ତ୍ରୀଙ୍କ ବାସଭବନର ଏହି ଭିଡିଓରେ ନୀଳ ମୟୂର ଦେଖିବାକୁ ମିଳିଛି ଯାହା ଦେଶର ରାଷ୍ଟ୍ରୀୟ ପକ୍ଷୀ। ମୋଦି ଯେତେବେଳେ ମର୍ଣ୍ଣିଂ ଓ୍ବାକରେ ଯାଉଛନ୍ତି ସେତେବେଳେ ମୟୂରମାନେ ତାଙ୍କ କଡେ କଡେ ଚାଲୁଛନ୍ତି। ଏମିତିକି ମନ ନ ଭରିଲେ ଏମାନେ ଘର ଭିତରକୁ ମଧ୍ୟ ଚାଲିଯାଇ ପ୍ରଧାନମନ୍ତ୍ରୀଙ୍କ ହାତରୁ ଦାନା ଖାଉଥିବା ଦେଖାଯାଇଛି।

ଏହି ଭିଡିଓକୁ ଦେଖି ଅନୁମାନ କରାଯାଇଛି କି ଲକ୍‌ଡାଉନ ସମୟରେ ଏହା ବୋଧହୁଏ ମୋଦିଙ୍କର ଡେଲି ରୁଟିନ ଥିଲା। ହାତରେ ପ୍ଲେଟ ଧରି ମୟୁରମାନଙ୍କୁ ଖାଇବାକୁ ଦେଉଥିଲେ ମୋଦି। ପ୍ରଧାନମନ୍ତ୍ରୀ ଜଳବାୟୁ ଓ ବନ ସଂରକ୍ଷଣ ଉପରେ ଗୁରୁତ୍ୱ ଦେଇଥାଆନ୍ତି। ସେ ‘Convenient Action: Gujarat’s Response to Challenges of Climate Change’ ଓ ‘Convenient Action- Continuity for Change’ ନାମକ ଦୁଇଟି ପୁସ୍ତକ ମଧ୍ୟ ରଚନା କରିଛନ୍ତି ଯେଉଁଥିରେ ସେ ତାଙ୍କ ଚିନ୍ତାଧାରାକୁ ବ୍ୟକ୍ତ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏମିତି ଗାଁ ପରିବେଶ ସୃଷ୍ଟି କରାଯାଇଛି ଯେଉଁଠି ପକ୍ଷୀମାନେ ବସା ବାନ୍ଧି ରହିପାରିବାର ସୁବିଧା ରହିଛି। ତେଣୁ ମୟୂରମାନେ ବିନା କୌଣସି ଶଙ୍କାରେ ବିଚରଣ କରୁଥିବା କୁହାଯାଏ। ଏହାଦ୍ୱାରା ମୋଦି ପ୍ରକୃତି ପ୍ରେମର ବାର୍ତ୍ତା ଦେଇଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri