ଆରମ୍ଭ ହେଲା କ୍ୱାଡ ସମ୍ମିଳନୀ

ଟୋକିଓ,୨୪ ।୫: ଜାପାନ ଗସ୍ତର ଦ୍ୱିତୀୟ ଦିନରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୱାଡ ନେତାଙ୍କ ସହ ଚତୁର୍ଥ ଶିଖର ବୈଠକରେ ଯୋଗ ଦେଇଛନ୍ତି । କ୍ୱାଡ ସମ୍ମିଳନୀ ଆରମ୍ଭ ହୋଇଯାଇଛି । ଏଠାରେ ୪ ଦେଶର ରାଷ୍ଟ୍ର ମୁଖ୍ୟ ହିନ୍ଦ ପ୍ରଶାନ୍ତ କ୍ଷେତ୍ରରେ ସହଯୋଗ ସହ ଯୁକ୍ରେନ୍ ଉପରେ ରୁଷିଆ ଆକ୍ରମଣକୁ ନେଇ ଚର୍ଚ୍ଚା କରିପାରନ୍ତି । ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦିଙ୍କର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା ଓ ଅଷ୍ଟ୍ରେଲିଆର ନୂଆ ପ୍ରଧାନମନ୍ତ୍ରୀ ଏନ୍ଥୋନି ଅଲବାନିସଙ୍କ ସହ ସକ୍ଷାତ୍ ହୋଇଛି । ତେବେ କ୍ୱାଡ ସମ୍ମିଳନୀ ପୂର୍ବରୁ ୪ ଦେଶର ନେତାଙ୍କ ମଧ୍ୟରେ ଫଟୋ ସେଶନ ବି ହୋଇଥିଲା ।

୬ଟା ୫୫ରୁ ୮ଟା ୫୫ ପର୍ଯ୍ୟନ୍ତ କ୍ୱାଡ ନେତାଙ୍କ ଶିଖର ବୈଠକ ହେବ । ଏହାପରେ ସକାଳ ୯ଟା ୧୫ରେ ଚାରି ଦେଶର ନେତା ଜାପାନ ପ୍ରଧାନମନ୍ତ୍ରୀଙ୍କ ଆବାସରେ ପହଞ୍ଚିବେ । ସେଠାରେ କ୍ୱାଡ ନେତାଙ୍କ ପାଇଁ ମଧ୍ୟାହ୍ନ ଭୋଜନର ବ୍ୟବସ୍ଥା କରାଯାଇଛି । ଏହାପରେ ଆରମ୍ଭ ହେବ ଦୁଇ ଦୁଇ ଦେଶ ମଧ୍ୟରେ ଦିପାକ୍ଷିକ କଥାବାର୍ତ୍ତା । ଭାରତୀୟ ସମୟ ଅନୁସାରେ ସକାଳ ୧୧ଟାରେ ପ୍ରଧାନମନ୍ତ୍ରୀ ମୋଦି ଓ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ମଧ୍ୟରେ କଥାବାର୍ତ୍ତା ହେବ । ଦିନ ୧୨ଟା ୩୦ରେ ମୋଦି ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ କଥାବାର୍ତ୍ତା ହେବ । ୨ଟା ୪୦ରେ ପ୍ରଧାନମନ୍ତ୍ରୀ ମୋଦି ଓ ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ମଧ୍ୟରେ କଥାବାର୍ତ୍ତା ହେବ । ଦ୍ୱିପାକ୍ଷିକ ବୈଠକ ପରେ ଦିନ ୩ଟା ୩୦ରେ ଜାପାନ ପ୍ରଧାନମନ୍ତ୍ରୀ ଡିନରର ଅୟୋଜନ କରିବେ ଏଥିରେ ୪ ଦେଶର ରାଷ୍ଟ୍ରାଧ୍ୟକ୍ଷ ଯୋଗଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri