କମ ସମୟ ମଧ୍ୟରେ ପ୍ରଭାବି ହେଲା କ୍ୱାଡ: ମୋଦି

ଟୋକିଓ,୨୪ ।୫: ଜାପାନର ଟୋକିଓରେ ଚାଲିଥିବା କ୍ୱାଡ ସମ୍ମିଳନୀରେ ୪ ଦେଶର ରାଷ୍ଟ୍ରମୁଖ୍ୟଙ୍କ ବୈଠକରେ ୟୁକ୍ରେନ୍‌-ରୁଷିଆ ପ୍ରସଙ୍ଗ ସମେତ ଅନ୍ୟ କିଛି ବିଷୟକୁ ନେଇ ଆଲୋଚନର ହୋଇଛି । ମଙ୍ଗଳବାର ବୈଠକ ଆରମ୍ଭରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଥମେ ଆଷ୍ଟ୍ରେଲିଆର ନୂଆ ପ୍ରଧାନମନ୍ତ୍ରୀ ଏନ୍ଥୋନିଙ୍କୁ ଶୁଭେଚ୍ଛା ଜଣାଇବା ସହ କହିଛନ୍ତି ଶପଥ ନେବାର ୨୪ ଘଣ୍ଟା ମଧ୍ୟରେ ବୈଠକରେ ସାମିଲ ହେବା ବନ୍ଧୁତ୍ୱର ପ୍ରତିଦ୍ଧତାକୁ ସୂଚିତ କରୁଛି । ମୋଦି କହିଛନ୍ତି ଖୁବ କମ୍ ସମୟ ମଧ୍ୟରେ କ୍ୱାଡ ବୈଠକ ବିଶ୍ୱ ସ୍ତରରେ ଏକ ମହତ୍ୱପୂର୍ଣ୍ଣ ସ୍ଥାନ ସୃଷ୍ଟି କରିଛି ।

ମୋଦି କହିଛନ୍ତି କ୍ୱାଡର ସ୍ୱରୂପ ବ୍ୟାପକ ଓ ପ୍ରଭାବି ହୋଇଯାଇଛି । ସଦସ୍ୟ ଦେଶଙ୍କ ମଧ୍ୟରେ ପରସ୍ପର ବିଶ୍ୱାସ ଓ ପ୍ରତିବନ୍ଧତା ଯୋଗୁ କ୍ୱାଡ ଲୋକତାନ୍ତ୍ରିକ ଶକ୍ତିକୁ ନୂଆ ଶକ୍ତି ଓ ଉତ୍ସାହ ଯୋଗାଉଛି । ଯାହାଦ୍ୱାରା ହିନ୍ଦ-ପ୍ରଶାନ୍ତ କ୍ଷେତ୍ରରେ ମୁକ୍ତ ଯାତାୟାତର ସହଯୋଗ ମିଳୁଛି, ଯାହା ଆମ ସମସ୍ତଙ୍କର ଉଦ୍ଦେଶ୍ୟ ଥିଲା । ମୋଦି କ୍ୱାଡ ବୈଠକରେ ଭ୍ୟାକ୍ସିନ ଓ ଆର୍ଥିକ ସହଯୋଗରେ ପରସ୍ପର ସମନ୍ୱୟ ବୃଦ୍ଧି ଉପରେ ଗୁରୁତ୍ୱ ଦେଇଛନ୍ତି ।
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କ୍ୱାଡ ବୈଠକ ଆରମ୍ଭରେ ସମ୍ବୋଧନ ଦେଇ ୟୁକ୍ରେନ୍‌-ରୁଷିଆ ଯୁଦ୍ଧର ଚର୍ଚ୍ଚା କରିଛନ୍ତି ଓ ମସ୍କୋକୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ଯୋଗୁ ସାରା ବିଶ୍ୱରେ ଖାଦ୍ୟ ସଙ୍କଟ ଦେଖାଦେଲାଣି । ଯେବେ ପର୍ଯ୍ୟନ୍ତ ଏହି ଯୁଦ୍ଧ ରହିବ ସେବେ ପର୍ଯ୍ୟନ୍ତ ଖାଦ୍ୟ ସଙ୍କଟ ରହିବ ବୋଲି ବାଇଡେନ କହିଛନ୍ତି । ସେ କହିଛନ୍ତି ୟୁକ୍ରେନ୍ ଯେଉଁ ପ୍ରକାର ଯୁଦ୍ଧର ସାମନା କରୁଛି ଆମ ସମସ୍ତଙ୍କୁ ଏକାଠି ହୋଇ ଏବେ ଠିଆ ହେବା ଜରୁରୀ । ମାନବାଧିକାରର ସବୁବେଳେ ରକ୍ଷା କରିବା ଉଚିତ । ଏହାସହ କ୍ୱାଡ ସ୍ଥିରତା ରକ୍ଷା କରିବାକୁ ଆମକୁ ବହୁତ କାମ କରିବାକୁ ଅଛି ବୋଲି ବାଇଡେନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?