Posted inଜାତୀୟ

୧୦୮ ଫୁଟ୍‌ ଉଚ୍ଚତାର ହନୁମାନ ମୂର୍ତ୍ତିର ଉଦ୍‌ଘାଟନ କଲେ ମୋଦି

ଗାନ୍ଧୀନଗର,୧୬।୪: ସାରାଦେଶରେ ଶନିବାର ହନୁମାନ ଜୟନ୍ତୀ ବହୁ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଏଥିସହ ପବନପୁତ୍ରଙ୍କ ଆଶୀର୍ବାଦ ସର୍ବଦା ସମସ୍ତଙ୍କ ଉପରେ ରହିଥାଉ ବୋଲି ମୋଦି କହିଛନ୍ତି। ଅନ୍ୟପଟେ ଶନିବାର ଗୁଜରାଟ ମୋର୍ବିିରେ ଭଗବାନ ହନୁମାନଙ୍କ ୧୦୮ଫୁଟ୍‌ ଉଚ୍ଚତାର ଏକ ମୂର୍ତ୍ତିକୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ମୋଦି ଉଦ୍‌ଘାଟନ କରିଛନ୍ତି। ଏହି ପ୍ରତିମାକୁ ମୋର୍ବିରେ ଥିବା ପରମ ପୂଜ୍ୟ ବାପୁ କେଶବାନନ୍ଦଙ୍କ ଆଶ୍ରମରେ ସ୍ଥାପିତ କରାଯାଇଛି। ଏହି ବିରାଟ ପ୍ରତିମା ନିର୍ମାଣ ୨୦୧୮ରେ ଆରମ୍ଭ ହୋଇଥିଲା। ଏହାର ମୂଲ୍ୟ ୧୦ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି। ଏହି ଅବସରରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଏବଂ ଅନ୍ୟ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ। ଏହି ସମୟରେ ମୋଦି ଜନତାଙ୍କୁ ସମ୍ବୋଧିତ କରି କହିଛନ୍ତି, ହନୁମାନ ହେଉଛନ୍ତି ଶ୍ରେଷ୍ଠ ଭାରତର ସୂତ୍ର। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅନୁଯାୟୀ, ଏହି ପ୍ରତିମୂର୍ତ୍ତି ହନୁମାନଜୀ ଚାର ଧାମ ପ୍ରକଳ୍ପ ଅଧୀନରେ ନିର୍ମାଣ କରାଯାଇଛି। ଦେଶର ଚାରି ଦିଗରେ ଭଗବାନ ହନୁମାନଙ୍କ ପ୍ରତିମୂର୍ତ୍ତି ସ୍ଥାପିତ କରାଯିବ। ମୋର୍ବିରେ ତିଆରି ହୋଇଥିବା ହନୁମାନଙ୍କ ମୂର୍ତ୍ତି ହେଉଛି ଚାରୋଟିରୁ ଦ୍ୱିତୀୟ ପ୍ରତିମୂର୍ତ୍ତି। ହନୁମାନଜୀ ଚାର ଧାମ ପ୍ରକଳ୍ପ ୨୦୦୮ରେ ଆରମ୍ଭ ହୋଇଥିଲା। ଏହା ଅଧୀନରେ ପ୍ରଥମ ପ୍ରତିମୂର୍ତ୍ତି ୨୦୧୦ରେ ଶିମଲାରେ ସ୍ଥାପିତ କରାଯାଇଥିଲା। ସେହିପରି ଦେଶର ଦକ୍ଷିଣରେ ଥିବା ରମେଶ୍ୱରମରେ ହନୁମାନଙ୍କର ତୃତୀୟ ପ୍ରତିମୂର୍ତ୍ତି କାମ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri