ଗୁରୁମନ୍ତ୍ର ଦେଉ ଦେଉ ବିଳମ୍ବ କରିଦେଲେ ମୋଦି: ୨ ଘଣ୍ଟାର କାର୍ଯ୍ୟସୂଚୀ ଥିଲା, ସାଢେ ୩ ଘଣ୍ଟା ରହିଲେ

ଭୁବନେଶ୍ୱର, ୩୦ା୧୧(ସୁନିତ୍‌ ମିଶ୍ର):୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନର କନ୍‌ଭେନଶନ୍‌ ସେଣ୍ଟରଠାରେ ଅନୁଷ୍ଠିତ ଡିଜିପି ସମ୍ମିଳନୀରେ ଯୋଗଦେବେ। ଏହା ପୂର୍ବରୁ ଶୁକ୍ରବାର ଅପରାହ୍ନରେ ମୋଦି ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା ପରେ ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ଉଦ୍‌ବୋଧନଦେବା ପରେ ରାଜଭବନରେ କିଛି ସମୟ ବିତାଇ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ନିର୍ବାଚନ ପରେ ପ୍ରଥମ ଥର ଦଳୀୟ କାର୍ଯ୍ୟାଳୟ ଯାଇ ଦଳର ବିଧାୟକ, ମନ୍ତ୍ରୀ, ଏମ୍‌ପି ଏବଂ ପଦାଧିକାରୀଙ୍କ ସହ ଦୀର୍ଘ ସମୟ ଧରି ବୈଠକ କରିଛନ୍ତି। ମୋଦି ତାଙ୍କ ଗସ୍ତସୂଚୀ ଅନୁଯାୟୀ ରାଜଭବନରୁ ବାହାରି ୩ ମିନିଟ୍‌ ବିଳମ୍ବ ଅର୍ଥାତ୍‌ ୬ଟା ୩୦ ପରିବର୍ତ୍ତେ ୬ଟା ୩୩ ମିନିଟ୍‌ରେ ଦଳୀୟ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଦଳର ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଅନ୍ୟନେତାମାନେ ସ୍ବାଗତ କରିଥିଲେ। ପୂର୍ବ ସୂଚନା ମୁତାବକ ପ୍ରଧାନମନ୍ତ୍ରୀ ୨ ଘଣ୍ଟା ଦଳୀୟ ନେତା, ମନ୍ତ୍ରୀ ଓ ପଦାଧିକାରୀଙ୍କ ସହ ବୈଠକ କରିବା କାର୍ଯ୍ୟକ୍ରମ ରହିଥିଲା। ହେଲେ ମୋଦି ୨ ଘଣ୍ଟା ବଦଳରେ ଦଳୀୟ କାର୍ଯ୍ୟାଳୟରେ ପ୍ରାୟ ସାଢ଼େ ୩ ଘଣ୍ଟା ରହିଥିଲେ। ମୋଦି ନିର୍ଦ୍ଦିଷ୍ଟ ଭାବେ କାହା ସହ କେତେ ସମୟ ଆଲୋଚନା କରିଥିଲେ ତାହା ସ୍ପଷ୍ଟ ଭାବେ ଜଣାପଡ଼ି ନାହିଁଁ। ବୈଠକ ଶେଷ ହେବା ପରେ ଗଣମାଧ୍ୟମ ଆଗରେ ମଧ୍ୟ କେହି ହେଲେ କ’ଣ ବୈଠକ ହେଲା କେଉଁ ବିଷୟରେ ଆଲୋଚନା ହେଲା ସେନେଇ କିଛି ସ୍ପଷ୍ଟ ମତ ରଖିନାହାନ୍ତି। ଅନେକ ନେତା ବୈଠକ ଶେଷ ହେବା ପରେ ଗଣମାଧ୍ୟମକୁ ଏଡ଼ାଇଯାଇଥିଲେ। ଅନ୍ୟପକ୍ଷରେ ବୈଠକରେ ଯୋଗଦେବା ଲାଗି ଦଳୀୟ କାର୍ଯ୍ୟାଳୟଠାରେ ବିଧାୟକ, ଏମ୍‌ପି, ମନ୍ତ୍ରୀ ପ୍ରମୁଖ ପହଞ୍ଚିଥିଲେ। ହେଲେ ପୋଲିସ ସମସ୍ତଙ୍କ କାର୍ଡକୁ ତନ୍ନତନ୍ନ କରି ଦେଖିବା ପରେ ଭିତରକୁ ଛାଡ଼ିଥିଲେ।
୨ ଘଣ୍ଟା ପରିବର୍ତ୍ତେ ସାଢେ ୩ ଘଣ୍ଟା ରହିବାର କାରଣ କ’ଣ ସେନେଇ କିଛି ଜଣାପଡ଼ି ନାହିଁ। ପ୍ରଧାନମନ୍ତ୍ରୀ ଭିତରେ ଥିବାବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମନମୋହନ ସାମଲ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଦଳୀୟ କାର୍ଯ୍ୟାଳୟ ଗେଟ୍‌ ପାଖରେ ଠିଆହୋଇ ଅନେକ ସମୟ ଧରି କଥାବାର୍ତ୍ତା ହେଉଥିଲେ। ଏହାପରେ ୩ ଜଣ ନେତା ରାସ୍ତା ଆଡ଼କୁ ଆସି ପୁଣି ଥରେ କିଛି ସମୟ ଭିତରେ ଭିତରକୁ ଚାଲିଯାଇଥିଲେ। ପ୍ରଧାନମନ୍ତ୍ରୀ ବୈଠକ ଶେଷହେବା ପରେ ତାଙ୍କ ଏକ୍ସ ଆକାଉଣ୍ଟରେ ପୋଷ୍ଟକରି କହିଛନ୍ତି, ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାମାନଙ୍କ ସହ କଥାବାର୍ତ୍ତା ହେଲା। ଦଳକୁ ରାଜ୍ୟରେ କିପରି ସଙ୍ଗଠିତ କରିହେବ ଏବଂ ଲୋକମାନଙ୍କ ଜୀବନଶୈଳୀକୁ ଭଲ କରିବା ଲାଗି କ’ଣ କରିବା ଦରକାର ସେନେଇ ଆଲୋଚନା ହେଲା। ଏହାସହ ସେ ୪ଟି ଫଟୋ ମଧ୍ୟ ପୋଷ୍ଟ କରିଛନ୍ତି। ହେଲେ ମୋଦି ଏହି ଅବସରରେ କ’ଣ କଥା ହୋଇଛନ୍ତି ତାହା ଜଣାପଡ଼ି ନାହିଁ।
ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ମନମୋହନ କହିଛନ୍ତି, ନୂଆ ସରକାର ଆସିବା ପରେ ସମସ୍ତ ବିଧାୟକ, ଏମ୍‌ପି, ପଦାଧିକାରୀଙ୍କ ସହ ଆଲୋଚନାକଲେ। ସମସ୍ତଙ୍କ ସହ ସୁଖଦୁଃଖ ବିଷୟରେ ଆଲୋଚନାକଲେ। ସାଙ୍ଗଠନିକ ବିଷୟରେ କିଛି ଆଲୋଚନା ହୋଇ ନାହିଁ ବୋଲି ସେ କହିଛନ୍ତି। ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଛନ୍ତି, ଅତ୍ୟନ୍ତ ସାଧାରଣ ଭାବେ କଥାବାର୍ତ୍ତା ହୋଇଥିଲେ। ଏଭଳି ଜଣେ ବ୍ୟକ୍ତିତ୍ୱ ଯାହାଙ୍କ ସହ ପଦେ କଥା ହେଲେ ଆତ୍ମସନ୍ତୋଷ ମିଳେ। ଅନେକ କଥା ତାଙ୍କ ଠାରୁ ଜାଣିବାକୁ ଓ ଶିଖିବାକୁ ମିଳେ। ଲୋକଙ୍କ ବିଶ୍ୱାସଭାଜନ ହେଲେ ଲମ୍ବା ସମୟ ଧରି ସରକାରରେ ରହିହେବ। ସେଥିଲାଗି କ’ଣ କରିବା ଦରକାର ତାହା ଉପରେ ଚର୍ଚ୍ଚା ହେଲା। ବହୁ ରିଲାକ୍ସ ମୁଡ୍‌ରେ କଥାବାର୍ତ୍ତା ହେଲେ। ସାର୍ବଜନୀନ ଜୀବନରେ ଆଚରଣ ଉଚ୍ଚାରଣ କିଭଳି ହେବା ଦରକାର ସେନେଇ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଲେ ବୋଲି ସେ କହିଛନ୍ତି। ବିଧାୟକ ଲକ୍ଷ୍ମଣ ବାଗ୍‌ କହିଛନ୍ତି, ଲୋକଙ୍କ ପାଇଁ କିଭଳି କାମ କରିବାକୁ ହୁଏ ସେ ବିଷୟରେ ମୋଦି କହିଲେ। ଜଣେ ଦଳୀୟ କର୍ମକର୍ତ୍ତା ଭଳି ଆମମାନଙ୍କ ସହ ମିଶିଲେ। ଯେଭଳି ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କଥା ହୁଅନ୍ତି ସେପରି ଆଜି କଥା ହେଲେ ବୋଲି ସେ କହିଛନ୍ତି। ଶେଷରେ ପ୍ରଧାନମନ୍ତ୍ରୀ ସମସ୍ତଙ୍କ ସହ ମିଶି ରାତ୍ରିଭୋଜନ କରିଛନ୍ତି। ଓଡ଼ିଆ ଖାଦ୍ୟର ଆୟୋଜନ କରାଯାଇଥିଲା। ରାତି ପ୍ରାୟ ୧୦ଟା ବେଳକୁ ପ୍ରଧାନମନ୍ତ୍ରୀ ରାଜଭବନ ଅଭିମୁଖେ ବାହାରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri