ଚଳିତ ମାସରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି; ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୨୫।୧୧: ଚଳିତ ମାସରେ ତିନି ଦିନିଆ ଗସ୍ତରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୨୯ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସି ଏଠାରେ ତିନି ଦିନ ରହିବାର କାର୍ଯ୍ୟକ୍ରମ ରହିଛି ବୋଲି ସୋମବାର ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ନଭେମ୍ବର ୨୯ ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପ୍ରଥମ ଥର ପାଇଁ ଓଡିଶାରେ ଅନୁଷ୍ଠିତ ହେବାକୁ ଥିବା ଡିଜିପି ଏବଂ ଆଇଜି ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ରାଜ୍ୟ ଗସ୍ତରେ ଆସିବେ।କାର୍ୟ୍ୟସୂଚୀ ଅନୁଯାୟୀ ପ୍ରଧାନମନ୍ତ୍ରୀ ନଭେମ୍ବର ୨୯ ରାତିରେ ଭୁବନେଶ୍ୱରରେ ପହଞ୍ଚି ଡିସେମ୍ବର ୧ ଅପରାହ୍ନ ପର୍ଯ୍ୟନ୍ତ ରହିବେ ବୋଲି ହରିଚନ୍ଦନ କହିଛନ୍ତି।

୩ ଦିନିଆ କାର୍ଯ୍ୟକ୍ରମ ଶେଷ ହେବା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦି ଏହି ସମ୍ମିଳନୀରେ ଉପସ୍ଥିତ ରହିବେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ କୁମାର ଡୋଭାଲ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ଏହି ଅବସରରେ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।

ପ୍ରଧାନମନ୍ତ୍ରୀଙ୍କ ରାଜ୍ୟରେ ୩ ଦିନ ରହିବା ସୂଚାଇ ଦେଉଛି ଯେ ଓଡ଼ିଶା କେନ୍ଦ୍ର ସରକାରଙ୍କ କେନ୍ଦ୍ରବିନ୍ଦୁ ପାଲଟିଛି। ଦେଶର ବିକାଶରେ ଏକ ନୂତନ ଅଧ୍ୟାୟ ଲେଖି ପୂର୍ବ ରାଜ୍ୟର ବିକାଶ ପାଇଁ ଏକ ପଥ ହେବ ବୋଲି ଭାଜପା ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri