Odisha Elections 2024

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି।

ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ନିକଟସ୍ଥ ଏକ ପଡ଼ିଆରେ ହେବାକୁ ଥିବା ସଭାରେ ଉପସ୍ଥିତ ଜନତାଙ୍କୁ ସମ୍ବାଧିତ କରିବେ। ମୋଦିଙ୍କ ଗସ୍ତକୁ ଶୃଙ୍ଖଳିତ ଏବଂ ସୁରକ୍ଷିତ ଭାବେ ସମାପନ କରିବା ପାଇଁ ପ୍ରସ୍ତୁଚି ଆରମ୍ଭ ହୋଇଯାଇଛି। ସୁରକ୍ଷା ବ୍ୟବସ୍ଥା ପାଇଁ ସ୍ପେଶାଲ ପ୍ରୋଟେକ୍ସନ ଗ୍ରୁପ୍‌(ଏସ୍‌ପିଜି) ସଭାସ୍ଥଳୀ ପହଞ୍ଚି ଅନୁଧ୍ୟାନ କରିଥିବାବେଳେ ସ୍ଥାନରେ ପୋଲିସ ପ୍ରଶାସନ ପଦକ୍ଷେପ ନେଇଛି। ଅନ୍ୟପଟେ ଚଳିତ ସାଧାରଣ ନିର୍ବାଚନରେ ମୋଦିଙ୍କ ବରଗଡ଼ ଗସ୍ତକୁ ନେଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ତେବେ ମୋଦିଙ୍କ ଗସ୍ତକୁ ନେଇ ସଭାସ୍ଥଳ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଡ୍ରୋନ୍‌ ଉଡ଼ାଣକୁ ନିଷେଧ କରାଯାଇଛି। ଏହି ଦିନ ବଲାଙ୍ଗୀର ଏବଂ କନ୍ଧମାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ...

ଭୋଟ ଦେବାକୁ ଆସିଥିବା ଲୋକଙ୍କ ଉପରେ ଖସିଲା ସାଇନବୋର୍ଡ : ଶିଶୁ ସମେତ ୫ ଗୁରୁତର ଆହତ

ଦାରିଙ୍ଗବାଡି, ୨୦।୫ (ଅରୁଣ ସାହୁ): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ଚାଲିଛି। ମତଦାନବେଳେ ଏକ ଦୁର୍ଘଟଣା ଘଟିଛି। ସାଇନବୋର୍ଡ଼ ଖସି ଯିବାରୁ ଜଣେ...

ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି

ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା,...

ଭାଜପା ସମର୍ଥକଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର

ବାସୁଦେବପୁର,୨୦।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଉପୁଜିଛି। ଏହାକୁ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ଭୁଜାଲି ମାଡ଼ରେ ଜଣଙ୍କ ଜୀବନ ଗଲା

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ସରସରା ଗ୍ରାମରେ ସୋମବାର ସ୍ପଷ୍ଟ ଦିବାଲୋକରେ ଏକ ହତ୍ୟାକାଣ୍ଡ ଘଟିଛି। ଭୁଜାଲି ମାଡ଼ରେ ଜଣେ ଲୋକଙ୍କ ମୃତ୍ୟୁ...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

୩ ପ୍ରମୁଖ ଦଳ ମଧ୍ୟରେ ହେବ କଡ଼ା ଟକ୍କର

ପରଜଙ୍ଗ,୨୦ା୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୧୯ ନିର୍ବାଚନରେ ଅଳ୍ପକେ ବିଜୟ ପାଇଥିଲା ବିଜେଡି। ଭାଜପା ଏଠାରେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ରହିଥିଲା। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri