Posted inଜାତୀୟ

ଏସସିଓ ବୈଠକରେ ଯୋଗ ଦେବାକୁ ସମରକନ୍ଦ ଯିବେ ମୋଦି, ସନ୍ଧ୍ୟାରେ ପୁଟିନଙ୍କ ସହ ହେବ ଦ୍ୱିପାକ୍ଷିକ ବାର୍ତ୍ତା

ନୂଆଦିଲ୍ଲୀ,୧୫ ।୯: ତାସକନ୍ଦର ସମରକନ୍ଦରେ ଆୟୋଜିତ ସାଂଘାଇ ସହଯୋଗ ସଙ୍ଗଠନ ଶିଖର ସମ୍ମିଳନୀ ୨୦୨୨ରେ ସାମିଲ ହେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ତାଙ୍କର ଯାତ୍ରା ଆରମ୍ଭ କରିବେ । ସେଠାରେ ସେ ରୁଷିଆ ରାଷ୍ଟ୍ରପତି ପୁଟିନ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ, ଇରାନ ରାଷ୍ଟ୍ରପତି ଓ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ୍ କରିପାରନ୍ତି । ତେବେ ପ୍ରଧାନମନ୍ତ୍ରୀଙ୍କ ସହ ଅନ୍ୟ ନେତାମାନଙ୍କର ସାକ୍ଷାତକାରକୁ ନେଇ ବି ଆଲୋଚନା ହେଉଛି । ହେଲେ ଏପର୍ଯ୍ୟନ୍ତ ଏ ସମ୍ପର୍କରେ ଅଫିସିୟାଲି କୌଣସି ସୂଚନା ଦିଆଯାଇ ନାହିଁ । କୁହାଯାଉଛି କି ମୋଦି ଗୁରୁବାର ଦ୍ୱିପ୍ରହରରେ ତାଙ୍କର ଯାତ୍ରା ଆରମ୍ଭ କରି ସେଠାରେ ସନ୍ଧ୍ୟାରେ ପହଞ୍ଚିବେ । ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତକୁ ନେଇ ସମସ୍ତ ବିବରଣୀ ଦେବାକୁ ବୈଦେଶିକ ସଚିବ ବିନୟ ମୋହନ କ୍ୱାତ୍ରାଙ୍କ ପକ୍ଷରୁ ଏକ ପ୍ରେସ କନଫରେନ୍ସର ଆୟୋଜନ କରାଯିବ । ସକାଳ ୧୧ଟାରେ ଏହି ଆୟୋଜନ କରାଯିବ ।
ଆସନ୍ତା କାଲି ଅର୍ଥାତ୍ ୧୬ ସେପ୍ଟେମ୍ବର ଶୁକ୍ରବାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିନ ହେବ । ସର୍ବପ୍ରଥମେ ନେତାମାନଙ୍କର ଗ୍ରୁପ ଫଟୋ ନିଆଯିବ । ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଓ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ଶରିଫଙ୍କ ସହ ଅନ୍ୟ ନେତାମାନେ ଏକାଠି ହେବେ । ଏହାବି ଅନୁମାନ କରାଯାଉଛି କି ଔପଚାରିକ ଫଟୋ ପରେ ନେତାମାନେ ସେମାନଙ୍କର ସିମିତ ଅଧିକାରୀଙ୍କ ସହ ରେଷ୍ଟ୍ରିକଟେଡ ଫର୍ମାଟ ସହ ବୈଠକ କରିବେ । ଏହାପରେ ସମସ୍ତ ଏଲସିଓ ସଦସ୍ୟ ଦେଶର ପ୍ରତିନିଧିମଣ୍ଡଳ ଓ ଅବଜରର୍ଭର ମାନ୍ୟତା ପାଇଥିବା ସଙ୍ଗଠନର ପ୍ରତିନିଧି ବି ବୈଠକରେ ସାମିଲ ହେବେ । ଏହି ସମୟରେ ମୋଦିଙ୍କର ଔପଚାରିକ ଭାଷଣ ବି ରହିବ । ଏହି ବୈଠକ ପରେ ସମରକନ୍ଦ ବୈଠକର କାଗଜପତ୍ରରେ ଦସ୍ତଖତ କରାଯିବ । ଔପଚାରିକଭାବେ ଆୟୋଜିତ ଲଞ୍ଚ ସହ ବୈଠକ ଶେଷ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri