Posted inଜାତୀୟ

ଏସସିଓ ବୈଠକରେ ଯୋଗ ଦେବାକୁ ସମରକନ୍ଦ ଯିବେ ମୋଦି, ସନ୍ଧ୍ୟାରେ ପୁଟିନଙ୍କ ସହ ହେବ ଦ୍ୱିପାକ୍ଷିକ ବାର୍ତ୍ତା

ନୂଆଦିଲ୍ଲୀ,୧୫ ।୯: ତାସକନ୍ଦର ସମରକନ୍ଦରେ ଆୟୋଜିତ ସାଂଘାଇ ସହଯୋଗ ସଙ୍ଗଠନ ଶିଖର ସମ୍ମିଳନୀ ୨୦୨୨ରେ ସାମିଲ ହେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ତାଙ୍କର ଯାତ୍ରା ଆରମ୍ଭ କରିବେ । ସେଠାରେ ସେ ରୁଷିଆ ରାଷ୍ଟ୍ରପତି ପୁଟିନ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ, ଇରାନ ରାଷ୍ଟ୍ରପତି ଓ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ୍ କରିପାରନ୍ତି । ତେବେ ପ୍ରଧାନମନ୍ତ୍ରୀଙ୍କ ସହ ଅନ୍ୟ ନେତାମାନଙ୍କର ସାକ୍ଷାତକାରକୁ ନେଇ ବି ଆଲୋଚନା ହେଉଛି । ହେଲେ ଏପର୍ଯ୍ୟନ୍ତ ଏ ସମ୍ପର୍କରେ ଅଫିସିୟାଲି କୌଣସି ସୂଚନା ଦିଆଯାଇ ନାହିଁ । କୁହାଯାଉଛି କି ମୋଦି ଗୁରୁବାର ଦ୍ୱିପ୍ରହରରେ ତାଙ୍କର ଯାତ୍ରା ଆରମ୍ଭ କରି ସେଠାରେ ସନ୍ଧ୍ୟାରେ ପହଞ୍ଚିବେ । ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତକୁ ନେଇ ସମସ୍ତ ବିବରଣୀ ଦେବାକୁ ବୈଦେଶିକ ସଚିବ ବିନୟ ମୋହନ କ୍ୱାତ୍ରାଙ୍କ ପକ୍ଷରୁ ଏକ ପ୍ରେସ କନଫରେନ୍ସର ଆୟୋଜନ କରାଯିବ । ସକାଳ ୧୧ଟାରେ ଏହି ଆୟୋଜନ କରାଯିବ ।
ଆସନ୍ତା କାଲି ଅର୍ଥାତ୍ ୧୬ ସେପ୍ଟେମ୍ବର ଶୁକ୍ରବାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିନ ହେବ । ସର୍ବପ୍ରଥମେ ନେତାମାନଙ୍କର ଗ୍ରୁପ ଫଟୋ ନିଆଯିବ । ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଓ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ଶରିଫଙ୍କ ସହ ଅନ୍ୟ ନେତାମାନେ ଏକାଠି ହେବେ । ଏହାବି ଅନୁମାନ କରାଯାଉଛି କି ଔପଚାରିକ ଫଟୋ ପରେ ନେତାମାନେ ସେମାନଙ୍କର ସିମିତ ଅଧିକାରୀଙ୍କ ସହ ରେଷ୍ଟ୍ରିକଟେଡ ଫର୍ମାଟ ସହ ବୈଠକ କରିବେ । ଏହାପରେ ସମସ୍ତ ଏଲସିଓ ସଦସ୍ୟ ଦେଶର ପ୍ରତିନିଧିମଣ୍ଡଳ ଓ ଅବଜରର୍ଭର ମାନ୍ୟତା ପାଇଥିବା ସଙ୍ଗଠନର ପ୍ରତିନିଧି ବି ବୈଠକରେ ସାମିଲ ହେବେ । ଏହି ସମୟରେ ମୋଦିଙ୍କର ଔପଚାରିକ ଭାଷଣ ବି ରହିବ । ଏହି ବୈଠକ ପରେ ସମରକନ୍ଦ ବୈଠକର କାଗଜପତ୍ରରେ ଦସ୍ତଖତ କରାଯିବ । ଔପଚାରିକଭାବେ ଆୟୋଜିତ ଲଞ୍ଚ ସହ ବୈଠକ ଶେଷ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri