୧୫୦ କୋଟି ଜନସଂଖ୍ୟା ବିଶିଷ୍ଟ ଦେଶର ପ୍ରଧାନମନ୍ତ୍ରୀ ସବୁ ସ୍ଥାନରେ ସମ୍ମାନର ଯୋଗ୍ୟ: ମୋଦିଙ୍କ ପାଇଁ କଂଗ୍ରେସ ନେତା ଗର୍ବିତ…

ଓ୍ବାଶିଂଟନ,୩।୬ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଐତିହାସିକ ଆମେରିକା  ଗସ୍ତ ପୂର୍ବରୁ କଂଗ୍ରେସ ନେତା ସାମ ପିଟ୍ରୋଡା କହିଛନ୍ତି ବିଶ୍ୱର ବହୁ ଜନବହୁଳ ଦେଶର ପ୍ରଧାନମନ୍ତ୍ରୀ ସବୁ ସ୍ଥାନରେ ସମ୍ମାନର ଯୋଗ୍ୟ ଏବଂ ସେ ଏଥିପାଇଁ ଗର୍ବିତ। ଭାରତୀୟ ବିଦେଶ କଂଗ୍ରେସ ଅଧ୍ୟକ୍ଷ ପିଟ୍ରୋଡା ବର୍ତ୍ତମାନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ୬ଦିନିଆ ତିନି ସହର ଆମେରିକୀୟ ଗସ୍ତରେ ଅଛନ୍ତି। ରାହୁଲ ଗାନ୍ଧୀ ଶାସକ ଭାଜପାର ଭାରତ ଉପରେ ତାଙ୍କର ବିକଳ୍ପ ଦୃଷ୍ଟିକୋଣ ଉପରେ ଧ୍ୟାନ ଦେଇଛନ୍ତି ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ସରକାରଙ୍କୁ ସମାଲୋଚନା କରିଛନ୍ତି। ତେବେ ସେ ୟୁକ୍ରେନ ଏବଂ ଚାଇନେ ସହିତ ମୁକାବିଲା ଭଳି ପ୍ରସଙ୍ଗରେ ଶାସକ ଦଳର ବୈଦେଶିକ ନୀତି ଆଭିମୁଖ୍ୟକୁ ସମର୍ଥନ କରିଛନ୍ତି।

ପିଟ୍ରୋଡା କହିଛନ୍ତି, ରାହୁଲ ଜାଣନ୍ତି ଭାରତ କେଉଁଠାରେ ଠିକ କାର୍ଯ୍ୟ କରୁଛି। ଆମେ ସମସ୍ତେ ଏହାକୁ ସମର୍ଥନ କରୁଛୁ। କେହି ଜଣେ ମୋତେ କହିଥିଲେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ ବହୁତ ସ୍ବାଗତ କରାଯାଉଛି । ମୁଁ କହିଲି ମୁଁ ଏଥିରେ ଖୁସି, କାରଣ ସମସ୍ତ ମତଭେଦ ସତ୍ତ୍ୱେ ସେ ମଧ୍ୟ ମୋର ପ୍ରଧାନମନ୍ତ୍ରୀ।

ଏକ ସାକ୍ଷାତକାରରେ ପିଟ୍ରୋଡା କହିଛନ୍ତି ସେ ଭାରତର ପ୍ରଧାନମନ୍ତ୍ରୀ ହୋଇଥିବାରୁ ତାଙ୍କୁ ସ୍ବାଗତ କରାଯାଉଛି। କାରଣ ସେ ଭାଜପାର ପ୍ରଧାନମନ୍ତ୍ରୀ ନୁହଁନ୍ତି। ଏହି ଦୁଇଟି ଜିନିଷକୁ ପୃଥକ ଭାବରେ ଦେଖାଯିବା ଉଚିତ। ସେ କହିଛନ୍ତି ୧୫୦ କୋଟି ଜନସଂଖ୍ୟା ବିଶିଷ୍ଟ ଦେଶର ପ୍ରଧାନମନ୍ତ୍ରୀ ସବୁଆଡେ ସମ୍ମାନର ଯୋଗ୍ୟ ଏବଂ ମୁଁ ଏଥିପାଇଁ ଗର୍ବିତ।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?