ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ବିଦାହେବେ

କଲମ୍ବୋ,୩୦।୪: ଗମ୍ଭୀର ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ଶ୍ରୀଲଙ୍କାରେ ସୃଷ୍ଟ ରାଜନୈତିକ ଅଚଳାବସ୍ଥାର ସମାଧାନ ଲାଗି ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେ ପ୍ରଧାନମନ୍ତ୍ରୀ ପଦରୁ ତାଙ୍କ ବଡ଼ଭାଇ ମହିନ୍ଦା ରାଜପାକ୍‌ସେଙ୍କୁ ହଟାଇବା ପାଇଁ ଶୁକ୍ରବାର ରାଜି ହୋଇଛନ୍ତି। ପାର୍ଲାମେଣ୍ଟର ସବୁ ଦଳକୁ ନେଇ ଏକ ଅନ୍ତରୀଣ ସରକାର ଗଠନ କରାଯିବ। ନୂଆ ପ୍ରଧାନମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ଚୟନ କରିବା ଲାଗି ଏକ ଜାତୀୟ ପରିଷଦ ଗଢ଼ାଯିବ। ରାଷ୍ଟ୍ରପତିଙ୍କ ସହ ବୈଠକ ପରେ ସାଂସଦ ମୈତ୍ରୀପାଲ ସିରିସେନା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସରକାରୀ ଦଳର ଏମ୍‌ପି ଥିବା ସିରିସେନା ଚଳିତ ମାସରେ ପାଖାପାଖି ୪୦ ଏମ୍‌ପିଙ୍କ ସହ ଦଳ ବଦଳାଇଥିଲେ।
ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଗମ୍ଭୀର ସ୍ଥିତିରେ ପହଞ୍ଚିଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଅଭାବ ଓ ଆକାଶଛୁଆଁ ଦରଦାମ୍‌ ବୃଦ୍ଧିକୁ ନେଇ ଲୋକେ ଅତିଷ୍ଠ ହୋଇପଡ଼ିଲେଣି। ରାଷ୍ଟ୍ରପତି ଗୋଟାବାୟା ଓ ପ୍ରଧାନମନ୍ତ୍ରୀ ମହିନ୍ଦାଙ୍କ ସମେତ ରାଜପାକ୍ସେ ପରିବାରର ସମସ୍ତ ସଦସ୍ୟଙ୍କୁ ସରକାରରୁ ବହିଷ୍କାର କରିବା ଲାଗି ଦୁଇମାସ ହେଲା ସେଠାରେ ଆନ୍ଦୋଳନ ଜାରି ରହିଛି। ଅତ୍ୟଧିକ ବିଦେଶୀ ଋଣ ବୋଝ, କ୍ରମାଗତ ଲକ୍‌ଡାଉନ, ଇନ୍ଧନ ଅଭାବ, ବିଦେଶୀ ବିନିମୟ ଭଣ୍ଡାର ହ୍ରାସ ଏବଂ ମୁଦ୍ରା ଅବମୂଲ୍ୟାୟନକୁ ନେଇ ଆର୍ଥିକ ସଙ୍କଟ ଜଟିଳ ହୋଇଛି। ଏଥିପାଇଁ ରାଜପାକ୍‌ସେ ପରିବାରକୁ ଦାୟୀ କରାଯାଇଆସୁଛି। ଉକ୍ତ ପରିବାର ରାଜନୀତି ଛାଡ଼ନ୍ତୁ ବୋଲି ୯୦ ପ୍ରତିଶତ ଶ୍ରୀଲଙ୍କାବାସୀ ଚାହୁଁଥିତ୍ବା ଏକ ସର୍ଭେରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?