ଆସ୍ଥାରେ ହାରିଲେ ସୁଇଡେନ ପ୍ରଧାନମନ୍ତ୍ରୀ

ଷ୍ଟକ୍‌ହୋମ୍‌, ୨୨ା୬: ସୁଇଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୋଫବେନ ସୋମବାର ଆସ୍ଥା ଭୋଟ ହାରିଛନ୍ତି। ସୁଇଡେନର କୌଣସି ପ୍ରଧାନମନ୍ତ୍ରୀ ଆସ୍ଥା ହାରିବାରେ ଏହା ପ୍ରଥମ ଘଟଣା। ବାମ ଦଳ ସହଯୋଗରେ ସୋସିଆଲ ଡେମୋକ୍ରାଟିକ୍‌ ପାର୍ଟିର ଷ୍ଟିଫାନ ମେଣ୍ଟ ସରକାର ଗଢ଼ିଥିଲେ। ସହରଗୁଡ଼ିକରେ ନିର୍ମାଣ ହେଉଥିବା ବିଲ୍ଡିଂ, ଆପାର୍ଟମେଣ୍ଟ ଆଦିରୁ ନିୟନ୍ତ୍ରଣ ହଟାଇବା ପାଇଁ ସରକାର ଯୋଜନା କରିଥିବାବେଳେ ବାମ ଦଳ ଏହାର ବିରୋଧ କରି ଗତ ସପ୍ତାହରେ ମେଣ୍ଟରୁ ଓହରିଯାଇଥିଲା। ଷ୍ଟିଫାନଙ୍କୁ ସପ୍ତାହେ ମଧ୍ୟରେ ଇସ୍ତଫା ଦେଇ ନିର୍ବାଚନ କରାଇବା କିମ୍ବା ଆସନ୍ତା ବର୍ଷ ସେପ୍ଟେମ୍ବରରେ ହେବାକୁ ଥିବା ସାଧାରଣ ନିର୍ବାଚନ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ପାଇଁ ସୁଇଡେନ ପାର୍ଲାମେଣ୍ଟ ସମୟ ଦେଇଥିଲା। ଭୋଟିଂ ବେଳେ ୩୪୯ ଏମ୍‌ପିଙ୍କ ମଧ୍ୟରୁ ୧୮୧ ଜଣ ଅନାସ୍ଥା ସପକ୍ଷରେ ମତ ରଖିଥିଲେ। ଫଳରେ ଗ୍ରୀନ ପାର୍ଟି ସହ ଷ୍ଟିଫାନଙ୍କ ସରକାର ସଂଖ୍ୟାଲଘୁ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର।…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ…

୨୨କୋଟି ଵ୍ୟୟ ଅଟକଳରେ ନବୀକରଣ ହୋଇଛି କେସିଙ୍ଗା ରେଲୱେ ଷ୍ଟେଶନ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅଧିନସ୍ଥ କେସିଙ୍ଗା ରେଲୱେ ଷ୍ଟେଶନର ଶୁଭ ଉଦଘାଟନ ଶୁକ୍ରବାର ରେଳ ବିଭାଗ ପକ୍ଷରୁ କରାଯିବ । କେସିଙ୍ଗା ଷ୍ଟେଶନର ନବୀକରଣ…

ବିଶ୍ୱରେ ଚାଇନାର ପ୍ରାଧାନ୍ୟ, ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇଲେ ଜିନପିଙ୍ଗ

ବେଜିଂ,୧୬।୭: ଏକ ସର୍ଭେରେ ଚାଇନା ଆମେରିକା ତୁଳନାରେ ଭଲ ସ୍ଥିତିରେ ଥିବା ଦର୍ଶାଯାଇଛି। ସମ୍ପ୍ରତି, ପିଉ ରିସର୍ଚ୍ଚ ସେଣ୍ଟର 2026 ଆରମ୍ଭରେ ୩୬ଟି ଦେଶରେ ଏକ ସର୍ଭେ…

ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜ ଉପରେ ଟିକସ ଲଗାଇପାରିବେ କି? ଜାଣନ୍ତୁ କ’ଣ କହୁଛି ଅନ୍ତର୍ଜାତୀୟ ଆଇନ

ତେହରାନ,୧୬।୭: ବିଶ୍ୱ ରାଜନୈତିକ ଏବଂ ରଣନୈତିକ ମୋର୍ଚ୍ଚାରେ ଆମେରିକା ଏବଂ ଇରାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ପୁଣିଥରେ ସଂଘର୍ଷର ଏକ ପ୍ରମୁଖ କେନ୍ଦ୍ର ପାଲଟିଛି। ଏହି ଗୁରୁତ୍ୱପୂର୍ଣ୍ଣ…

ମାତ୍ର ୧ ଟଙ୍କାରେ ୧ ଲକ୍ଷ କୋଟି ଟଙ୍କା ବିବାଦର ସମାଧାନ କରିବେ ସୁପ୍ରିମକୋର୍ଟ: ଜାଣନ୍ତୁ ଚର୍ଚ୍ଚିତ ମାମଲା ବିଷୟରେ

ନୂଆଦିଲ୍ଲୀ,୧୬।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକ ମଧ୍ୟରୁ ଅନ୍ୟତମ କଲ୍ୟାଣୀ ପରିବାର ସହିତ ଜଡିତ ପାରିବାରିକ ବିବାଦ ଏକ ଗୁରୁତ୍ୱପୂର୍ଣ୍ଣ ଆଇନଗତ ମୋଡ଼ରେ ପହଞ୍ଚିଛି। ପ୍ରାୟ ୧…

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ, କହିଲେ ପୁଣି ସେମିତି କରିବାକୁ ଯାଉଛନ୍ତି ସରକାର…

ନୂଆଦିଲ୍ଲୀ,୧୬।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ସମୟରେ, କେନ୍ଦ୍ରର ମୋଦି ସରକାର ପୁଣି ଥରେ ସୀମା ନିର୍ଦ୍ଧାରଣ ବିଲ…

ଡାକ୍ତର ସ୍ବାମୀଙ୍କୁ ହତ୍ୟା, ପୁଅକୁ ଛୁରାମାଡ଼; ପାଖରେ ବସି ଫୋନ୍‌ ଦେଖୁଥିଲେ ସ୍ତ୍ରୀ

ବେଙ୍ଗାଲୁରୁ,୧୬ା୭: କର୍ନାଟକର ହୁବାଲିରୁ ଏକ ଆଶ୍ଚର୍ଯ୍ୟଜନକ ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତରଙ୍କ ମୃତଦେହ ତାଙ୍କ ଆପାର୍ଟମେଣ୍ଟ ଭିତରୁ ମିଳିଛି। ତାଙ୍କ ଆଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri