Posted inଜାତୀୟ

ପ୍ରଧାନମନ୍ତ୍ରୀ ଏନ୍‌ଇଇଟି ପୁନଃ ପରୀକ୍ଷା ତଦାରଖ କରୁଛନ୍ତି

ନୂଆଦିଲ୍ଲୀ,୩୦ା୫: ଡାକ୍ତରୀ ଶିକ୍ଷା ଲାଗି ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସୁପ୍ରିମକୋର୍ଟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ବାସ୍ତବ ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ନ ହେବା ପର୍ଯ୍ୟନ୍ତ ପ୍ରବେଶିକା ପରୀକ୍ଷା ସମ୍ପନ୍ଧୀୟ ପ୍ରକୃତ ସମସ୍ୟା ବନ୍ଦ ହେବ ନାହିଁ ବୋଲି ଅଦାଲତ କହିବାରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଥିଲେ, ଯୁବବର୍ଗଙ୍କ ଚିନ୍ତାକୁ ନେଇ ସରକାର ଗୁରୁତର ଭାବେ ଚିନ୍ତିତ ଅଛନ୍ତି। ଯେପରି କୌଣସି ତ୍ରୁଟି ନ ରହେ ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ୟକ୍ତିଗତ ଭାବେ ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷାର ତଦାରଖ କରୁଛନ୍ତି। ଜୁନ୍‌ ୨୧ରେ ହେବାକୁ ଥିବା ଏହି ପରୀକ୍ଷା ପାଇଁ କିଛି ନୂତନ ବ୍ୟବସ୍ଥା କରାଯାଇଥିବା ମେହେଟ୍ଟା ଜଣାଇଛନ୍ତି।
ପ୍ରବେଶିକା ପରୀକ୍ଷାରେ ଅନିୟମିତତାକୁ ନେଇ ସର୍ବୋଚ୍ଚ ଅଦାଲତ ଶୁକ୍ରବାର ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)କୁ ଭର୍ତ୍ସନା କରିଛନ୍ତି। ଏତେ ତଦାରଖ ବ୍ୟବସ୍ଥା ଏବଂ କର୍ତ୍ତୃପକ୍ଷଙ୍କ ନିୟନ୍ତ୍ରଣ ରହିବା ସତ୍ତ୍ୱେ ଏତେବଡ଼ ଅନିୟମିତତା କାହା ନଜରକୁ ଆସିଲାନି କିପରି ବୋଲି ଅଦାଲତ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ଦେଶର ସିଭିଲ୍‌ ସର୍ଭିସ ପରୀକ୍ଷା ପରିଚାଳନା କରୁଥିବାବେଳେ ଏଭଳି ଅନିୟମିତତା କେବେ ହୋଇନାହିଁ। ସେମାନଙ୍କଠାରୁ ପରୀକ୍ଷା ପରିଚାଳନା ବ୍ୟବସ୍ଥା ସମ୍ପର୍କରେ ଶିଖିବା ଆବଶ୍ୟକ ବୋଲି ଜଷ୍ଟିସ୍‌ ପି.ଏସ୍‌. ନରସିଂହା ଏବଂ ଆଲୋକ ଆରାଧେଙ୍କ ଖଣ୍ଡପୀଠ ପ୍ରସ୍ତାବ ଦେଇଛନ୍ତି।
ଖଣ୍ଡପୀଠ କହିଛନ୍ତି, ଆମେ ଯୁବବର୍ଗଙ୍କୁ ଏଭଳି ନିରାଶ କରିପାରିବା ନାହିଁ। ବାରମ୍ବାର ପ୍ରଶ୍ନପତ୍ର ଲିକ୍‌ ହେଉଥିବାରୁ ପରୀକ୍ଷା ପରିଚାଳନା କରୁଥିବା ଏନ୍‌ଟିଏକୁ ପରିବର୍ତ୍ତନ କିମ୍ବା ପୁନର୍ଗଠନ କରି ଏକ ଶକ୍ତିଶାଳୀ ଓ ସ୍ବୟଂଶାସିତ ସଂସ୍ଥା ଗଠନ ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ଆବେଦନକାରୀ ନିବେଦନ କରିଥିଲେ। ଖଣ୍ଡପୀଠ କହିଛନ୍ତି, ଏପରି ଘଟଣା ବାସ୍ତବରେ ଅତ୍ୟନ୍ତ ମାନସିକ ଯନ୍ତ୍ରଣାଦାୟକ। ଆମର ଅଧିକାଂଶ ସଂସ୍ଥା କାମଚଳା ହୋଇଥିବାରୁ ସମସ୍ୟା ସୃଷ୍ଟି ହେଉଛି। ଏହି ବ୍ୟବସ୍ଥା ଏତେ ଅଧିକ ଯେ କେତେଜଣ ଭଲ ଅଫିସର କାମ କରୁଛନ୍ତି ଓ ଅନ୍ୟମାନେ ସେମାନଙ୍କ ଉପରେ ନିର୍ଭର କରୁଛନ୍ତି। ଏଭଳି ସ୍ଥିତି ସବୁଆଡ଼େ ଦେଖିବାକୁ ମିଳୁଛି ବୋଲି ଖଣ୍ଡପୀଠ କହିଛନ୍ତି।
ଗତ ୨୫ ତାରିଖର ନିର୍ଦ୍ଦେଶ ଉପରେ ଏନ୍‌ଟିଏ ନିର୍ଦ୍ଦେଶକ (ଲିଗାଲ) ସତ୍ୟପାଠ ଦାଖଲ କରିଥିବାବେଳେ ଖଣ୍ଡପୀଠ ଏହାକୁ ଭଲଭାବେ ଅନୁଧ୍ୟାନ କରିବେ ବୋଲି କହିଛନ୍ତି। ଇସ୍ରୋର ପୂର୍ବତନ ଅଧ୍ୟକ୍ଷ ଡ. କେ. ରାଧାକ୍ରିଷ୍ଣନଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟି ଏନ୍‌ଟିଏ ସଂସ୍କାର ସମ୍ପର୍କରେ ସୁପାରିସ କରିଥିଲା। କମିଟି ସୁପାରିସ୍‌ର କାର୍ଯ୍ୟକାରିତା ଓ ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ ରାଧାକ୍ରିଷ୍ଣନ ସତ୍ୟପାଠ ଜରିଆରେ ଅଦାଲତଙ୍କୁ ଜଣାଇଛନ୍ତି। ପରୀକ୍ଷା କେଉଁ ପଦ୍ଧତିରେ ଏବଂ କିପରି ଭାବେ ବର୍ଷକୁ ବର୍ଷ ପରିଚାଳିତ ହେବ, ସେନେଇ ସତ୍ୟପାଠ ଦାଖଲ କରିବାକୁ ଖଣ୍ଡପୀଠ କେନ୍ଦ୍ରକୁ ନିର୍ଦ୍ଦେଶ ଦେଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri