ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଗ୍ରେସ୍ ମାର୍କ ଦେଲେ ପ୍ରଧାନମନ୍ତ୍ରୀ, କହିଲେ ବଡ଼ କଥା

ଭୁବନେଶ୍ୱର,୬ା୧: ଜାନୁଆରୀ ୬ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଏନେକ ନେତା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ନେତା ମୁଖ୍ୟମନ୍ତ୍ରୀଙ୍କ ଶୁଭକାମନା କରିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ମୋହନଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇ ତାଙ୍କର ଖୁବ ପ୍ରଶଂସା କରିଛନ୍ତି।

ମୋଦି ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମ ଏକ୍ସରେ ଏକ ପୋଷ୍ଟ କରି ଲେଖିଛନ୍ତି, ”ଓଡିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା। ଜଣେ ତୃଣମୂଳ ସ୍ତରର ନେତା, ସେ ଜନସେବା ତଥା ଗରିବ ଲୋକଙ୍କୁ ସଶକ୍ତ କରିବାରେ ଆଗରେ ରହିଛନ୍ତି। ସେ ଓଡିଶାର ଅଗ୍ରଗତି ପାଇଁ ଉଲ୍ଲେଖନୀୟ ପ୍ରୟାସ କରୁଛନ୍ତି। ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି।”

ଏହାର ଜବାବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ ଲେଖିଛନ୍ତି, ”ସମ୍ମାନିତ ପ୍ରଧାନମନ୍ତ୍ରୀ, ତୁମର ଶୁଭେଚ୍ଛା ପାଇଁ ମୁଁ ଗଭୀର କୃତଜ୍ଞ। ଆମେ ଓଡିଶାର ଅଗ୍ରଗତି ଏବଂ ଏହାର ଲୋକଙ୍କ କଲ୍ୟାଣ ପାଇଁ ସମର୍ପିତ। ଆପଣଙ୍କର ମାର୍ଗଦର୍ଶନ ଆମ ଜନସେବା ଯାତ୍ରାରେ ଆମକୁ ପ୍ରେରଣା ଯୋଗାଉଛି।”

ନିକଟରେ ଓଡ଼ିଶାର ହୋଇଥିବା ଅଦିନିଆ ବର୍ଷା କାରଣରୁ ବିଭିନ୍ନ ଜିଲାରେ ଧାନ ଚାଷୀ ମାନଙ୍କର ଅନେକ କ୍ଷତି ହୋଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀମାନଙ୍କୁ ଯାଇ କ୍ଷେତ୍ର ପରିଦର୍ଶନ କରିବାକୁ କହିବା ସହିତ ନିଜେ ମଧ୍ୟ କିଛି ଜିଲା ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ମୁଖ୍ୟମନ୍ତ୍ରୀ ସିଧାସଳଖ ବିଲରେ ଯାଇ ଚାଷୀଙ୍କ ଫସଲହାନି ସମୀକ୍ଷା କରିବା ସହିତ ତୁରନ୍ତ କ୍ଷତିପୂରଣ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ଯାହାକୁ ସାଧାରଣରେ ଅନେକ ପ୍ରଶଂସା କରାଯାଇଥିଲା।

ଏହା ବ୍ୟତୀତ ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ମଧ୍ୟ ଶୁଣୁଛନ୍ତି। ଫଳରେ ଜଣେ ସାଧାରଣ ଲୋକ ନିଜର ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ପାରୁଛି। ଯାହା ପୂର୍ବ ସରକାର ସମୟରେ ଦଶନ୍ଧି ଧରି ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?