ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଗ୍ରେସ୍ ମାର୍କ ଦେଲେ ପ୍ରଧାନମନ୍ତ୍ରୀ, କହିଲେ ବଡ଼ କଥା

ଭୁବନେଶ୍ୱର,୬ା୧: ଜାନୁଆରୀ ୬ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଏନେକ ନେତା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ନେତା ମୁଖ୍ୟମନ୍ତ୍ରୀଙ୍କ ଶୁଭକାମନା କରିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ମୋହନଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇ ତାଙ୍କର ଖୁବ ପ୍ରଶଂସା କରିଛନ୍ତି।

ମୋଦି ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମ ଏକ୍ସରେ ଏକ ପୋଷ୍ଟ କରି ଲେଖିଛନ୍ତି, ”ଓଡିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା। ଜଣେ ତୃଣମୂଳ ସ୍ତରର ନେତା, ସେ ଜନସେବା ତଥା ଗରିବ ଲୋକଙ୍କୁ ସଶକ୍ତ କରିବାରେ ଆଗରେ ରହିଛନ୍ତି। ସେ ଓଡିଶାର ଅଗ୍ରଗତି ପାଇଁ ଉଲ୍ଲେଖନୀୟ ପ୍ରୟାସ କରୁଛନ୍ତି। ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି।”

ଏହାର ଜବାବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ ଲେଖିଛନ୍ତି, ”ସମ୍ମାନିତ ପ୍ରଧାନମନ୍ତ୍ରୀ, ତୁମର ଶୁଭେଚ୍ଛା ପାଇଁ ମୁଁ ଗଭୀର କୃତଜ୍ଞ। ଆମେ ଓଡିଶାର ଅଗ୍ରଗତି ଏବଂ ଏହାର ଲୋକଙ୍କ କଲ୍ୟାଣ ପାଇଁ ସମର୍ପିତ। ଆପଣଙ୍କର ମାର୍ଗଦର୍ଶନ ଆମ ଜନସେବା ଯାତ୍ରାରେ ଆମକୁ ପ୍ରେରଣା ଯୋଗାଉଛି।”

ନିକଟରେ ଓଡ଼ିଶାର ହୋଇଥିବା ଅଦିନିଆ ବର୍ଷା କାରଣରୁ ବିଭିନ୍ନ ଜିଲାରେ ଧାନ ଚାଷୀ ମାନଙ୍କର ଅନେକ କ୍ଷତି ହୋଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀମାନଙ୍କୁ ଯାଇ କ୍ଷେତ୍ର ପରିଦର୍ଶନ କରିବାକୁ କହିବା ସହିତ ନିଜେ ମଧ୍ୟ କିଛି ଜିଲା ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ମୁଖ୍ୟମନ୍ତ୍ରୀ ସିଧାସଳଖ ବିଲରେ ଯାଇ ଚାଷୀଙ୍କ ଫସଲହାନି ସମୀକ୍ଷା କରିବା ସହିତ ତୁରନ୍ତ କ୍ଷତିପୂରଣ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ଯାହାକୁ ସାଧାରଣରେ ଅନେକ ପ୍ରଶଂସା କରାଯାଇଥିଲା।

ଏହା ବ୍ୟତୀତ ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ମଧ୍ୟ ଶୁଣୁଛନ୍ତି। ଫଳରେ ଜଣେ ସାଧାରଣ ଲୋକ ନିଜର ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ପାରୁଛି। ଯାହା ପୂର୍ବ ସରକାର ସମୟରେ ଦଶନ୍ଧି ଧରି ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri