Posted inଜାତୀୟ

ୟୁପିଆଇର ଲାଭ ବଖାଣିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଜି-୨୦ ଅର୍ଥମନ୍ତ୍ରୀ ଏବଂ କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନରଙ୍କ ବୈଠକକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଗତ କିଛି ବର୍ଷ ମଧ୍ୟରେ ଆମେ ଏକ ନିରାପଦ, ନିର୍ଭରଯୋଗ୍ୟ ଏବଂ ସୁଲଭ ଡିଜିଟାଲ ଭିତ୍ତିଭୂମି ସୃଷ୍ଟି କରିଛୁ। ଏହି ଡିଜିଟାଲ ପେମେଣ୍ଟ ଇକୋସିଷ୍ଟମ ଲୋକଙ୍କ ସାଧାରଣ ଜୀବନରେ ସହଜତା ଆଣିଦେଇଛି।
ଏହି ବୈଠକକୁ ଭିଡିଓ କନଫରେନ୍ସ ମାଧ୍ୟମରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଭାରତୀୟ ଗ୍ରାହକ ଏବଂ ଉତ୍ପାଦକମାନେ ଭବିଷ୍ୟତକୁ ନେଇ ମୁଁ ଆଶାବାଦୀ। ଆମେ ଆଶା କରୁଛୁ ଭାରତ ଏହି ସକରାତ୍ମକତାକୁ ବିଶ୍ୱ ଅର୍ଥବ୍ୟବସ୍ଥାରେ ବିସ୍ତାର କରିବେ। ଜି-୨୦ ଅଧ୍ୟକ୍ଷତା ସମୟରେ ଆମେ ଏଭଳି ଫିଣ୍ଟେକ ପ୍ଲାଟଫର୍ମ ସୃଷ୍ଟି କରିଛୁ, ଯାହା ସାହାଯ୍ୟରେ ଜି -୨୦ ସଦସ୍ୟ ଦେଶର ଅତିଥିମାନେ ଭାରତର ଡିଜିଟାଲ ପେମେଣ୍ଟ ପ୍ଲାଟଫର୍ମ ୟୁପିଆଇ ବ୍ୟବହାର କରିପାରିବେ।
ଜି-୨୦ର ଏହି ବୈଠକ ବେଙ୍ଗାଲୁରୁରେ ଅନୁଷ୍ଠିତ ହେଉଛି ଏବଂ ଶୁକ୍ରବାର ହେଉଛି ଏହି ବୈଠକର ଦିନ। ଏହି ବୈଠକରେ ଭାରତର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri