Posted inଜାତୀୟ

କାଶୀ ମନ୍ଦିର କର୍ମଚାରୀଙ୍କ ପାଇଁ ୧୦୦ ଯୋଡ଼ା ଜୋତା ପଠାଇଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୧୦।୧ : କାଶୀର ମନ୍ଦିର କର୍ମଚାରୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୦୦ ଯୋଡ଼ା ଜୋତା ପଠାଇଛନ୍ତି। ଏଭଳି କରି ପ୍ରଧାନମନ୍ତ୍ରୀ ପୁଣି ଥରେ ହୃଦୟ ଜିଣିବା କାମ କରିଛନ୍ତି। କାଶୀକୁ ସ୍ବଚ୍ଛ ରଖୁଥିବା କର୍ମୀଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଏଭଳି ଉପହାର ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।

ଯେତେବେଳେ ପ୍ରଧାନମନ୍ତ୍ରୀ କାଶୀ କରିଡରର ଉଦଘାଟନ କରିବାକୁ ଯାଇଥିଲେ, ସେତେବେଳେ ସେ ଜାଣିବାକୁ ପାଇଲେ ଯେ କାଶୀ ପରିସରରେ ଚମଡା ଜୋତା ପିନ୍ଧିବା ନିଷେଧ, କିନ୍ତୁ ସେହି ସମୟ ମଧ୍ୟରେ ସେଠାରେ ଥିବା ସମସ୍ତ ମନ୍ଦିର କର୍ମଚାରୀ ଖାଲି ପାଦରେ ମନ୍ଦିର ସେବା କରୁଥିବା ଦେଖାଯାଇଥିଲା। ତେଣୁ ପ୍ରଧାନମନ୍ତ୍ରୀ ସେମାନଙ୍କ ପାଇଁ ଜୋତା ପଠାଇଛନ୍ତି।

ସମସ୍ତ ମନ୍ଦିର କର୍ମଚାରୀ ପ୍ରଧାନମନ୍ତ୍ରୀଙ୍କଠାରୁ ଉପହାର ପାଇବା ପରେ ବହୁତ ଖୁସି ଅଛନ୍ତି ଏବଂ ସେମାନେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଣିକି ସମସ୍ତ ମନ୍ଦିର କର୍ମଚାରୀ ଝୋଟରେ ନିର୍ମିତ ଏହି ଜୋତା ପିନ୍ଧି ମନ୍ଦିର ପରିସରରେ କାମ କରିବେ। ମନ୍ଦିର ପରିସରରେ ପୁରୋହିତ, ସେବକ, ସୁରକ୍ଷାକର୍ମୀ, ପରିମଳ କର୍ମଚାରୀ ଏବଂ ଅନ୍ୟମାନଙ୍କ ଲାଗି ପ୍ରଧାନମନ୍ତ୍ରୀ ଝୋଟ ଜୋତା ଅର୍ଡର କରିଥିଲେ।

ପ୍ରବଳ ଥଣ୍ଡାରେ ମଧ୍ୟ ମନ୍ଦିର କର୍ମଚାରୀମାନେ ଖାଲିପାଦରେ କାମ କରୁଥିଲେ। ଏବେ ସେମାନଙ୍କୁ ଝୋଟ ଜୋତା ସୁରକ୍ଷା ଦେବ ବୋଲି ମନ୍ଦିର କର୍ମଚାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri