Posted inଜାତୀୟ

‘ଅଚିନ୍ତାରେ ଶୋଇଛନ୍ତି ପ୍ରଧାନମନ୍ତ୍ରୀ’

ନୂଆଦିଲ୍ଲୀ,୨୦।୭: ମଣିପୁରରେ ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଭଳି ଲଜ୍ଜାଜନକ ଘଟଣାକୁ ବିରୋଧୀ ସଂସଦରେ ଜୋରଦାର ଉଠାଇବାକୁ ପ୍ରସ୍ତୁତ ହେଉଛନ୍ତି। ମଣିପୁର ହିଂସାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀରବତାକୁ ନେଇ ବିରୋଧୀ ଅନେକ ଥର ପ୍ରଶ୍ନ ଉଠାଇଛନ୍ତି। ବର୍ତ୍ତମାନ ଭିଡିଓ ସାମ୍ନାକୁ ଆସିବା ପରେ ସମଗ୍ର ବିରୋଧୀ ଦଳ ଉଗ୍ର ରୂପ ନେଇଛନ୍ତି ଏବଂ କଂଗ୍ରେସ, ଏଏପି ଏବଂ ଟିଏମସି ସମେତ ବିଭିନ୍ନ ରାଜନୈତିକ ଦଳ ଏହି ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି। ଏହା ସହିତ ସରକାରଙ୍କ ଉପରେ ପ୍ରଶ୍ନ ମଧ୍ୟ ଉଠିଛି।
ଅନ୍ୟପକ୍ଷରେ ସଂସଦରେ ମଧ୍ୟ ଏହି ପ୍ରସଙ୍ଗରେ ବିତର୍କ କରିବାକୁ କେନ୍ଦ୍ର ପ୍ରସ୍ତୁତ ଅଛି। କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ମଧ୍ୟ ଏହି ଘଟଣାକୁ ସମ୍ପୂର୍ଣ୍ଣ ଅମାନବୀୟ ବୋଲି କହିଛନ୍ତି ଏବଂ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ସହ କଥା ହୋଇଛନ୍ତି। ଏହି ପ୍ରସଙ୍ଗରେ ସେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ଏବଂ ଦୋଷୀଙ୍କୁ ଦଣ୍ଡ ଦେବେ ବୋଲି ଇରାନୀ ନିଶ୍ଚିତ କରିଛନ୍ତି।
କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏହି ଘଟଣାକୁ ନିନ୍ଦା କରିବା ସହ କହିଛନ୍ତି, ସମାଜରେ ମହିଳା ଓ ଶିଶୁଙ୍କୁ ସର୍ବାଧିକ ହିଂସା ଭୋଗିବାକୁ ପଡୁଛି। ସେ ଆହୁରି ମଧ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଯେ ମଣିପୁରରେ ଘଟିଥିବା ହିଂସା ଘଟଣାରେ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ କାହିଁକି ଅନ୍ଧ ଭାବରେ ବସିଛନ୍ତି? ଏପରି ଚିତ୍ର ଏବଂ ହିଂସାତ୍ମକ ଘଟଣା ସେମାନଙ୍କୁ ବିଚଳିତ କରେ ନାହିଁ କି ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?