୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ବ୍ରହ୍ମପୁର ମହାନଗର ନିଗମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ରହ୍ମପୁର ଏସପି ସାର୍ଥକ ଷଡଙ୍ଗୀ, ବିଇଏମ୍‌ସି କମିଶନର ଭବାନୀ ପ୍ରସାଦ ମିଶ୍ର, ବ୍ରହ୍ମପୁର ଡିଏଫଓ ସୋନି ଖୋଖରଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ସୁରକ୍ଷା ବ୍ୟବସ୍ଥାରେ ଯେଭଳି କୌଣସି ତ୍ରୁଟି ନ ହେବ ସେ ନେଇ ଆଲୋଚନା ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ସୁରକ୍ଷା ଟିମଙ୍କ ସହ ବୈଠକରେ ଆଲୋଚନା ହୋଇଥିଲା। ସଭାକୁ ଆସୁଥିବା ଲୋକଙ୍କ ଉପରେ କଡା ନଜର ରଖାଯିବ। ସଭା ସ୍ଥଳରେ କାର୍ଯ୍ୟ କରିବା ନିମନ୍ତେ ଆସିଥିବା ଲୋକଙ୍କୁ ଯାଞ୍ଚ କରାଯିବ। ଜାତୀୟ ରାଜପଥ ପାର୍ଶ୍ୱରେ କାର୍ଯ୍ୟକ୍ରମ ହେଉଥିବା କାରଣରୁ ଟ୍ରାଫିକ ବ୍ୟବସ୍ଥାକୁ କଡାକଡି କରାଯିବ। କାୈଣସି ପାର୍କିଂ ବ୍ୟବସ୍ଥା ରହିବ ନାହିଁ ବୋଲି ବ୍ରହ୍ମପୁର ଏସପି କହିଛନ୍ତି।

ଏଥିସହ ବ୍ରହ୍ମପୁରରେ ଟ୍ରାଫିକ କର୍ମଚାରୀ ନିୟୋଜିତ ରହିବେ। ସଭାରେ ୧ ଲକ୍ଷ ଲୋକଙ୍କ ଏକାଠି ହେବା ନେଇ ସୂଚନା ମିଳିଛି। ରାଜ୍ୟ ସରକାର ଓ ଡିଜିଙ୍କ ସହ ଆଲୋଚନା କରାଯାଇ ଓଡିଶା ପୋଲିସ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ଏସ୍‌ପି କହିଛନ୍ତି। ଲୋକେ କିଭଳି ସଭା ସ୍ଥଳରେ ସୁରୁଖୁୁରୁରେ ପହଞ୍ଚିପାରିବେ ସେ ନେଇ ଟ୍ରାଫିକ ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି। କନିଷିଠାରେ ହେଲିପ୍ୟାଡ ନିର୍ମାଣ କରାଯିବ। ସେଠାରେ ପ୍ରଧାନମନ୍ତ୍ରୀ ଅବତରଣ କରିବେ ଓ ପୁଣି ଫେରିବେ ବୋଲି ଏସ୍‌ପି କହିଛନ୍ତି। ବୈଠକରେ ସମସ୍ତ ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri