୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ବ୍ରହ୍ମପୁର ମହାନଗର ନିଗମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ରହ୍ମପୁର ଏସପି ସାର୍ଥକ ଷଡଙ୍ଗୀ, ବିଇଏମ୍‌ସି କମିଶନର ଭବାନୀ ପ୍ରସାଦ ମିଶ୍ର, ବ୍ରହ୍ମପୁର ଡିଏଫଓ ସୋନି ଖୋଖରଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ସୁରକ୍ଷା ବ୍ୟବସ୍ଥାରେ ଯେଭଳି କୌଣସି ତ୍ରୁଟି ନ ହେବ ସେ ନେଇ ଆଲୋଚନା ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ସୁରକ୍ଷା ଟିମଙ୍କ ସହ ବୈଠକରେ ଆଲୋଚନା ହୋଇଥିଲା। ସଭାକୁ ଆସୁଥିବା ଲୋକଙ୍କ ଉପରେ କଡା ନଜର ରଖାଯିବ। ସଭା ସ୍ଥଳରେ କାର୍ଯ୍ୟ କରିବା ନିମନ୍ତେ ଆସିଥିବା ଲୋକଙ୍କୁ ଯାଞ୍ଚ କରାଯିବ। ଜାତୀୟ ରାଜପଥ ପାର୍ଶ୍ୱରେ କାର୍ଯ୍ୟକ୍ରମ ହେଉଥିବା କାରଣରୁ ଟ୍ରାଫିକ ବ୍ୟବସ୍ଥାକୁ କଡାକଡି କରାଯିବ। କାୈଣସି ପାର୍କିଂ ବ୍ୟବସ୍ଥା ରହିବ ନାହିଁ ବୋଲି ବ୍ରହ୍ମପୁର ଏସପି କହିଛନ୍ତି।

ଏଥିସହ ବ୍ରହ୍ମପୁରରେ ଟ୍ରାଫିକ କର୍ମଚାରୀ ନିୟୋଜିତ ରହିବେ। ସଭାରେ ୧ ଲକ୍ଷ ଲୋକଙ୍କ ଏକାଠି ହେବା ନେଇ ସୂଚନା ମିଳିଛି। ରାଜ୍ୟ ସରକାର ଓ ଡିଜିଙ୍କ ସହ ଆଲୋଚନା କରାଯାଇ ଓଡିଶା ପୋଲିସ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ଏସ୍‌ପି କହିଛନ୍ତି। ଲୋକେ କିଭଳି ସଭା ସ୍ଥଳରେ ସୁରୁଖୁୁରୁରେ ପହଞ୍ଚିପାରିବେ ସେ ନେଇ ଟ୍ରାଫିକ ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି। କନିଷିଠାରେ ହେଲିପ୍ୟାଡ ନିର୍ମାଣ କରାଯିବ। ସେଠାରେ ପ୍ରଧାନମନ୍ତ୍ରୀ ଅବତରଣ କରିବେ ଓ ପୁଣି ଫେରିବେ ବୋଲି ଏସ୍‌ପି କହିଛନ୍ତି। ବୈଠକରେ ସମସ୍ତ ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri