Posted inଜାତୀୟ

ଡିସେମ୍ବର ୧୧ରେ ‘ବିକଶିତ ଭାରତ@୨୦୪୭: ଭଏସ୍ ଅଫ୍ ୟୁଥ୍‌’ ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଭାରତ ସ୍ୱପ୍ନକୁ ସାକାର କରିବା ଲାଗି ଦେଶର ଯୁବବର୍ଗଙ୍କ ଠାରୁ ବିଭିନ୍ନ ମତାମତ ଆହ୍ୱାନ କରିବା ଉଦ୍ଦେଶ୍ୟରେ ଆସନ୍ତାକାଲି ଏକ ଅଭିଯାନର ଶୁଭାରମ୍ଭ କରିବେ । ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ବି.ଭି.ଆର୍‍ ସୁବ୍ରମଣ୍ୟମ୍‍ ଆଜି ନୂଆଦିଲ୍ଲୀ ଠାରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ଏହି ଅବସରରେ ଦେଶର ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ରାଜଭବନ ଗୁଡ଼ିକରେ ସମ୍ପୃକ୍ତ ଅଞ୍ଚଳର କୁଳପତି ଏବଂ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ଗୁଡ଼ିକର ମୁଖ୍ୟମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ଭାଗ ନେବେ ।

ଦେଶର ବିଭିନ୍ନ ଜାତୀୟ ଯୋଜନା ପ୍ରଣୟନ, ପ୍ରାଥମିକତା ଏବଂ ଲକ୍ଷ୍ୟ ପ୍ରାପ୍ତ କରିବା କ୍ଷେତ୍ରରେ ଦେଶର ଯୁବକ ମାନଙ୍କୁ ସକ୍ରିୟ ଭାବରେ ସାମିଲ କରିବା ହେଉଛି ପ୍ରଧାନମନ୍ତ୍ରୀଙ୍କ ଲକ୍ଷ୍ୟ । ଏହି ଦୃଷ୍ଟିକୋଣ ଅନୁଯାୟୀ, ‘ବିକଶିତ ଭାରତ @୨୦୪୭ : ଭଏସ୍ ଅଫ୍ ୟୁଥ୍‌’ ଅଭିଯାନ ଦେଶର ଯୁବକ ମାନଙ୍କୁ ବିକଶିତ ଭାରତ @୨୦୪୭ ପରିକଳ୍ପନାରେ ନିଜ ବିଚାରର ଯୋଗଦାନ କରିବା ପାଇଁ ଏକ ମଂଚ ପ୍ରଦାନ କରିବ ।

ଏହି କର୍ମଶାଳା ବିକଶିତ ଭାରତ @୨୦୪୭ ପାଇଁ ଯୁବପିଢ଼ିଙ୍କୁ ସେମାନଙ୍କ ଚିନ୍ତାଧାରା ଏବଂ ପରାମର୍ଶ ବାଣ୍ଟିବା ନିମନ୍ତେ ନିୟୋଜିତ କରିବାର ପ୍ରକ୍ରିୟା ଆରମ୍ଭ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ହେବ । ଏହି ଯାତ୍ରାକୁ ସଫଳ କରିବା ଲାଗି ଛାତ୍ରଛାତ୍ରୀ ମାନଙ୍କର ମତାମତକୁ ଗୁରୁତର ସହ ବିଚାର କରାଯିବ ବୋଲି ଶ୍ରୀ ସୁବ୍ରମଣ୍ୟମ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri