Posted inଜାତୀୟ

ଡିସେମ୍ବର ୧୧ରେ ‘ବିକଶିତ ଭାରତ@୨୦୪୭: ଭଏସ୍ ଅଫ୍ ୟୁଥ୍‌’ ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଭାରତ ସ୍ୱପ୍ନକୁ ସାକାର କରିବା ଲାଗି ଦେଶର ଯୁବବର୍ଗଙ୍କ ଠାରୁ ବିଭିନ୍ନ ମତାମତ ଆହ୍ୱାନ କରିବା ଉଦ୍ଦେଶ୍ୟରେ ଆସନ୍ତାକାଲି ଏକ ଅଭିଯାନର ଶୁଭାରମ୍ଭ କରିବେ । ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ବି.ଭି.ଆର୍‍ ସୁବ୍ରମଣ୍ୟମ୍‍ ଆଜି ନୂଆଦିଲ୍ଲୀ ଠାରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ଏହି ଅବସରରେ ଦେଶର ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ରାଜଭବନ ଗୁଡ଼ିକରେ ସମ୍ପୃକ୍ତ ଅଞ୍ଚଳର କୁଳପତି ଏବଂ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ଗୁଡ଼ିକର ମୁଖ୍ୟମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ଭାଗ ନେବେ ।

ଦେଶର ବିଭିନ୍ନ ଜାତୀୟ ଯୋଜନା ପ୍ରଣୟନ, ପ୍ରାଥମିକତା ଏବଂ ଲକ୍ଷ୍ୟ ପ୍ରାପ୍ତ କରିବା କ୍ଷେତ୍ରରେ ଦେଶର ଯୁବକ ମାନଙ୍କୁ ସକ୍ରିୟ ଭାବରେ ସାମିଲ କରିବା ହେଉଛି ପ୍ରଧାନମନ୍ତ୍ରୀଙ୍କ ଲକ୍ଷ୍ୟ । ଏହି ଦୃଷ୍ଟିକୋଣ ଅନୁଯାୟୀ, ‘ବିକଶିତ ଭାରତ @୨୦୪୭ : ଭଏସ୍ ଅଫ୍ ୟୁଥ୍‌’ ଅଭିଯାନ ଦେଶର ଯୁବକ ମାନଙ୍କୁ ବିକଶିତ ଭାରତ @୨୦୪୭ ପରିକଳ୍ପନାରେ ନିଜ ବିଚାରର ଯୋଗଦାନ କରିବା ପାଇଁ ଏକ ମଂଚ ପ୍ରଦାନ କରିବ ।

ଏହି କର୍ମଶାଳା ବିକଶିତ ଭାରତ @୨୦୪୭ ପାଇଁ ଯୁବପିଢ଼ିଙ୍କୁ ସେମାନଙ୍କ ଚିନ୍ତାଧାରା ଏବଂ ପରାମର୍ଶ ବାଣ୍ଟିବା ନିମନ୍ତେ ନିୟୋଜିତ କରିବାର ପ୍ରକ୍ରିୟା ଆରମ୍ଭ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ହେବ । ଏହି ଯାତ୍ରାକୁ ସଫଳ କରିବା ଲାଗି ଛାତ୍ରଛାତ୍ରୀ ମାନଙ୍କର ମତାମତକୁ ଗୁରୁତର ସହ ବିଚାର କରାଯିବ ବୋଲି ଶ୍ରୀ ସୁବ୍ରମଣ୍ୟମ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?