Posted inରାଜ୍ୟ

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ ସେ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଆସନ୍ତା ୧୯ ତାରିଖରୁ ଓଡ଼ିଶା ଆସୁଛନ୍ତି। ରାଷ୍ଟ୍ରପତି ହେବା ପରେ ନିଜ ଗାଁ ପାହାଡ଼ପୁରକ ଆସିବା ଲାଗି ପ୍ରଧାନମନ୍ତ୍ରୀଙ୍କୁ ଦ୍ରୌପଦୀ ମୁର୍ମୁ ନିମନ୍ତ୍ରଣ କରିଥିଲେ। ରାଷ୍ଟ୍ରପତିଙ୍କ କଥାକୁ ପ୍ରଧାନମନ୍ତ୍ରୀ ରଖିଛନ୍ତି। ୨୦ ତାରିଖରେ ପ୍ରଧାନମନ୍ତ୍ରୀ ପାହାଡ଼ପୁର ଯିବେ ବୋଲି ଜଣାପଡ଼ିଛି। ସରକାରୀ କାର୍ଯ୍ୟସୂଚୀ ଅନୁଯାୟୀ, ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗର କଲେଇକୁଣ୍ଡାରୁ ପାହାଡ଼ପୁର ଆସିବେ। ସେଠାରୁ ସିଧା ଆଦିବାସୀଙ୍କ ପୂଜାର୍ଚ୍ଚନା ସ୍ଥଳୀ ଗୋଷାଣୀ ପୀଠକୁ ଯିବେ। ସେଠାରୁ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପାହାଡ଼ପୁର ସ୍ଥିତ ଏସ୍‌ଏଲ୍‌ଏସ୍‌ ସ୍ମାରକୀ ସ୍କୁଲରେ ଛାତ୍ରୀଛାତ୍ରଙ୍କ ସହିତ କିଛି ସମୟ ବିତାଇବେ। ଏହି ସ୍କୁଲକୁ ରାଷ୍ଟ୍ରପତି ନିଜ ସ୍ବାମୀ ଏବଂ ପୁଅଙ୍କ ସ୍ମୃତିରେ ପ୍ରତିଷ୍ଠା କରିଛନ୍ତି।
୨୦ ତାରିଖରେ ପ୍ରଧାନମନ୍ତ୍ରୀ ୧୧ଟା ୫ ମିନିଟ୍‌ ସମୟରେ ପାହାଡ଼ପୁର ହେଲିପ୍ୟାଡ୍‌ରେ ଓହ୍ଲାଇବେ। ୧୧ଟା ୧୫ ମିନିଟ୍‌ରେ ଗୋଷାଣୀ ପୀଠରେ ପହଞ୍ଚି ୧ଘଣ୍ଟା ପାହାଡ଼ପୁରରେ ରହିବେ। ୧୨ଟା ୫୫ ମିନିଟ୍‌ରେ ଦାଣ୍ଡପୋଷ ସଭାସ୍ଥଳରେ ସେ ଯୋଗଦେବେ। ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ। ଦିନ ୧ଟାରୁ ୨ଟା ପର୍ଯ୍ୟନ୍ତ ସେଠାରେ ଉପସ୍ଥିତ ରହିବେ। ଏହାପରେ ୨ଟା ୧୫ ମିନିଟ୍‌ରେ ଓଡ଼ିଶା ଛାଡ଼ିବେ ବୋଲି ଜଣାପଡ଼ିଛି। ଏହିଭଳି ପ୍ରଧାନମନ୍ତ୍ରୀ ମୋଟ୍‌ ୩ ଘଣ୍ଟା ଓଡ଼ିଶାରେ ରହିବେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri