ରଙ୍ଗେଇଲୁଣ୍ଡା ଆସିବେ ପ୍ରଧାନମନ୍ତ୍ରୀ: ପ୍ରସ୍ତୁତି ଜୋରଦାର

ଭୁବନେଶ୍ୱର,୨୦।୯ (ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ଓଡ଼ିଶା ଆସି ବ୍ରହ୍ମପୁରର ରଙ୍ଗେଇଲୁଣ୍ଡାଠାରେ ହେବାକୁ ଥିବା ‘ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରୁ ଜଣାପଡିଛି, ପ୍ରଧାନମନ୍ତ୍ରୀ ସେହିଦିନ ପୂର୍ବାହ୍ନ ୧୧ଟାରେ ବ୍ରହ୍ମପୁରଠାରେ ଜାତୀୟ ସ୍ତରୀୟ ‘ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ଅନେକ ନୂତନ କାର୍ଯ୍ୟକ୍ରମ ଦେଶବାସୀଙ୍କ ପାଇଁ ଉତ୍ସର୍ଗ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଓ କାର୍ଯ୍ୟକ୍ରମର ସଫଳ ଆୟୋଜନ ସମେତ ଏହାକୁ ସୁଚାରୁଭାବେ ସମ୍ପାଦନ କରିବା, ଏଥିନିମନ୍ତେ ସୁରକ୍ଷା ବ୍ୟବସ୍ଥା, ଜନସାଧାରଣଙ୍କ ସହଭାଗିତା ପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗର ସଚିବ ଓ ଅଧିକାରୀମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଯାତ୍ରାପଥ, ଆଗମନ-ବିଦାୟ ବ୍ୟବସ୍ଥା, ସୁରକ୍ଷା ବଳଙ୍କ ନିୟୋଜନ, ସଭାସ୍ଥଳର ପ୍ରସ୍ତୁତି, ସ୍ବାସ୍ଥ୍ୟ, ପୋଲିସ, ପାଣି,ବିଦ୍ୟୁତ୍‌ ଓ ସ୍ଥାନୀୟ ପ୍ରଶାସନ ସମେତ ସମସ୍ତ ବିଭାଗକୁ ସମନ୍ବୟ ରଖି କାର୍ଯ୍ୟ କରିବା ପାଇଁ ଆଲୋଚନା ହୋଇଛି। କାର୍ଯ୍ୟକ୍ରମକୁ ସଫଳ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri