ରଙ୍ଗେଇଲୁଣ୍ଡା ଆସିବେ ପ୍ରଧାନମନ୍ତ୍ରୀ: ପ୍ରସ୍ତୁତି ଜୋରଦାର

ଭୁବନେଶ୍ୱର,୨୦।୯ (ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ଓଡ଼ିଶା ଆସି ବ୍ରହ୍ମପୁରର ରଙ୍ଗେଇଲୁଣ୍ଡାଠାରେ ହେବାକୁ ଥିବା ‘ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରୁ ଜଣାପଡିଛି, ପ୍ରଧାନମନ୍ତ୍ରୀ ସେହିଦିନ ପୂର୍ବାହ୍ନ ୧୧ଟାରେ ବ୍ରହ୍ମପୁରଠାରେ ଜାତୀୟ ସ୍ତରୀୟ ‘ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ଅନେକ ନୂତନ କାର୍ଯ୍ୟକ୍ରମ ଦେଶବାସୀଙ୍କ ପାଇଁ ଉତ୍ସର୍ଗ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଓ କାର୍ଯ୍ୟକ୍ରମର ସଫଳ ଆୟୋଜନ ସମେତ ଏହାକୁ ସୁଚାରୁଭାବେ ସମ୍ପାଦନ କରିବା, ଏଥିନିମନ୍ତେ ସୁରକ୍ଷା ବ୍ୟବସ୍ଥା, ଜନସାଧାରଣଙ୍କ ସହଭାଗିତା ପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗର ସଚିବ ଓ ଅଧିକାରୀମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଯାତ୍ରାପଥ, ଆଗମନ-ବିଦାୟ ବ୍ୟବସ୍ଥା, ସୁରକ୍ଷା ବଳଙ୍କ ନିୟୋଜନ, ସଭାସ୍ଥଳର ପ୍ରସ୍ତୁତି, ସ୍ବାସ୍ଥ୍ୟ, ପୋଲିସ, ପାଣି,ବିଦ୍ୟୁତ୍‌ ଓ ସ୍ଥାନୀୟ ପ୍ରଶାସନ ସମେତ ସମସ୍ତ ବିଭାଗକୁ ସମନ୍ବୟ ରଖି କାର୍ଯ୍ୟ କରିବା ପାଇଁ ଆଲୋଚନା ହୋଇଛି। କାର୍ଯ୍ୟକ୍ରମକୁ ସଫଳ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?