Posted inଜାତୀୟ

ଲୋକଙ୍କ ପାଖରେ ଶତପ୍ରତିଶତ ପହଞ୍ଚିବ କେନ୍ଦ୍ର ସରକାରଙ୍କ ଯୋଜନା, ଭାରତ ସଂକଳ୍ପ ଯାତ୍ରା ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଝାଡ଼ଖଣ୍ଡର ଖୁଣ୍ଟି ଠାରେ ଆୟୋଜିତ ହେବାକୁ ଥିବା ଏକ ସମାରୋହରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିବେ। କେନ୍ଦ୍ର ସରକାରଙ୍କ ବିଭିନ୍ନ ଫ୍ଲାଗଶିପ୍‌ ଯୋଜନାର ଶତପ୍ରତିଶତ ଲାଭ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଲାଗି ପ୍ରଧାନମନ୍ତ୍ରୀ ଲଗାତାର ପ୍ରୟାସ କରି ଆସୁଛନ୍ତି। ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସରକାରୀ ଯୋଜନାର ସୁଫଳ ଯେପରି ସବୁ ହିତାଧିକାରୀଙ୍କୁ ମିଳିପାରିବ ସେଥିପ୍ରତି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।

ଯୋଜନାର ଶତପ୍ରତିଶତ ପ୍ରସାର ଲକ୍ଷ୍ୟ ହାସଲ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ଆସନ୍ତାକାଲି ତୃତୀୟ ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ମୋଦୀ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ର ଶୁଭାରମ୍ଭ କରିବେ। ସ୍ୱଚ୍ଛତା ସୁବିଧା, ଜରୁରି ଆର୍ଥିକ ସେବା, ବିଦ୍ୟୁତ ସଂଯୋଗ, ଏଲପିଜି ସିଲିଣ୍ଡର ଯୋଗାଣ, ଗରିବଙ୍କୁ ପକ୍କା ଆବାସ, ଖାଦ୍ୟ ସୁରକ୍ଷା, ଉପଯୁକ୍ତ ପୁଷ୍ଟିସାଧନ, ଭରସାଯୋଗ୍ୟ ସ୍ୱାସ୍ଥ୍ୟସେବା, ସ୍ୱଚ୍ଛ ପାନୀୟ ଜଳ ଆଦି ବିଭିନ୍ନ କଲ୍ୟାଣମୂଳକ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏବଂ ହିତାଧିକାରୀଙ୍କୁ ଏସବୁ ଯୋଜନାର ଅଧିକରୁ ଅଧିକ ଲାଭ ଯୋଗାଇ ଦେବା ନିମନ୍ତେ ଜନସମ୍ପର୍କ ସ୍ଥାପନ ଲାଗି ଯାତ୍ରାରେ ଗୁରୁତ୍ୱ ଦିଆଯିବ। ଯାତ୍ରା ଆୟୋଜନ ସମୟରେ ସଂଗ୍ରହ କରାଯାଇଥିବା ବିବରଣୀ ଆଧାରରେ ସମ୍ଭାବ୍ୟ ହିତାଧିକାରୀଙ୍କ ପଞ୍ଜୀକରଣ କରାଯିବ ।

‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ ଉପଲକ୍ଷେ ପ୍ରଧାନମନ୍ତ୍ରୀ ଝାଡ଼ଖଣ୍ଡର ଖୁଣ୍ଟିରୁ ଆଇଇସି (ସୂଚନା, ଶିକ୍ଷା ଓ ଯୋଗାଯୋଗ) ବାହନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଅଧିକ ଆଦିବାସୀ ବହୁଳ ଜନସଂଖ୍ୟା ଥିବା ଜିଲ୍ଲାରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ଯାତ୍ରା ଆରମ୍ଭ ହେବ ଏବଂ ୨୫ ଜାନୁଆରୀ ୨୦୨୪ ସୁଦ୍ଧା ଦେଶର ସବୁ ଜିଲ୍ଲାରେ ଯାତ୍ରା ପହଞ୍ଚିବ।

ସୂଚନାଯୋଗ୍ୟ ଯେ, ଆସନ୍ତାକାଲି ସକାଳ ପ୍ରାୟ ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ରାଞ୍ଚିସ୍ଥିତ ଭଗବାନ ବିର୍ସା ମୁଣ୍ଡା ସ୍ମାରକୀ ଉଦ୍ୟାନ ତଥା ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କରିବେ । ଏହାପରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାଟୁ ଗ୍ରାମରେ ପହଞ୍ଚି ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ମୋଦୀ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାଟୁ ଗାଁକୁ ଗସ୍ତ କରିବେ । ଏହାପରେ ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଖୁଣ୍ଟିଠାରେ ତୃତୀୟ ଜନଜାତୀୟ ଗୌରବ ଦିବସ, ୨୦୨୩ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ ସେ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ ଏବଂ ‘ପିଏମ୍‌ ପିଭିଟିଜି ମିଶନର ଶୁଭାରମ୍ଭ କରିବେ । ସେ ପିଏମ-କିଷାନର ୧୫ତମ କିସ୍ତି ମଧ୍ୟ ଜାରି କରିବେ ଏବଂ ଝାଡ଼ଖଣ୍ଡରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ତଥା ଶିଳାନ୍ୟାସ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri