ସମ୍ବଲପୁର ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସ୍‌ର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ସମ୍ବଲପୁର,୩୧।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆସନ୍ତା ଜାନୁୟାରୀ ୨ ତାରିଖରେ ସମ୍ବଲପୁରସ୍ଥିତ ଆଇଆଇଏମ୍‌ (ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ ମ୍ୟାନେଜମ୍ୟାଣ୍ଟ) ସ୍ଥାୟୀ କ୍ୟାମ୍ପସର ନିର୍ମାଣ ପାଇଁ ଶିଳାନ୍ୟାସ କରିବେ। ଅସ୍ଥାୟୀ କ୍ୟାମ୍ପସ୍‌ରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଗୁରୁବାର ଆଇଆଇଏମ୍‌ ନିର୍ଦ୍ଦେଶକ ମହାଦେବ ଜସୱାଲ ଏହି ସୂଚନା ଦେଇଛନ୍ତି। ଭର୍ଚୁଆଲ ସଭାରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ସୂଚନା ରାଷ୍ଟ୍ରମନ୍ତ୍ରୀ ସଞ୍ଜୟ ଧୋତ୍ରେ, ଆଇଆଇଏମ୍‌ ପରିଚାଳନା ନିର୍ଦ୍ଦେଶକ ଅରୁନ୍ଧତୀ ଭଟ୍ଟାଚାର୍ଯ୍ୟ ଉପସ୍ଥିତ ରହିବା ନେଇ ନିର୍ଦ୍ଦେଶକ ପ୍ରକାଶ କରିଛନ୍ତି। ସେହିପରି ଶିଳାନ୍ୟାସ ସ୍ଥଳ ମଞ୍ଚରେ କେନ୍ଦ୍ରମନ୍ତ୍ରୀ ପ୍ରତାପଚନ୍ଦ୍ର ଷଡଙ୍ଗୀ, ସମ୍ବଲପୁର ଏମ୍‌ପି ନୀତୀଶ ଗଙ୍ଗଦେବ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ରେଙ୍ଗାଲି ବିଧାୟକ ନାଉରୀ ନାଏକ ସମ୍ମାନୀୟ ଅତିଥି ଭାବେ ଯୋଗଦେବା ନେଇ କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ପୂର୍ବାହ୍ନ ୯ଟା୩୦ରୁ ଅନୁଷ୍ଠିତ ହେବ। ୧୧ଟାରେ ପ୍ରଧାନମନ୍ତ୍ରୀ ମୋଦି ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ସମସ୍ୟା ଅସମାହିତ: କଟ୍‌ନୀଛଟ୍‌ନୀକୁ ସରକାରୀ ମୋହର

ବରଗଡ଼/ଅତାବିରା/ ଗୋଡ଼ଭଗା/, ୧୦।୧୨(ପ୍ରେମାନନ୍ଦ ଖମାରୀ/ ଯୁଧିଷ୍ଠିର ମହାପାତ୍ର/ ସୁରେଶ ଦାଶ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମଙ୍ଗଳବାର ୧୨ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri