Posted inଜାତୀୟ

ମେ’ ୨ରୁ ପ୍ରଧାନମନ୍ତ୍ରୀଙ୍କ ୬୫ ଘଣ୍ଟିଆ ବିଦେଶ ଗସ୍ତ…

ନୂଆଦିଲ୍ଲୀ, ୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚଳିତ ବର୍ଷ ପ୍ରଥମ ବିଦେଶ ଗସ୍ତ ସୋମବାର, ମେ ୨ରୁ ଆରାମ୍ଭ ହେଉଛି। ଏହି ଅବସରରେ ସେ ଜର୍ମାନୀ, ଡେନମାର୍କ ଏବଂ ଫ୍ରାନ୍ସ ଗସ୍ତ କରିବେ। ସରକାରୀ ସୂତ୍ର ଅନୁଯାୟୀ, ଏହି ସମୟ ମଧ୍ୟରେ ତାଙ୍କ କାର୍ଯ୍ୟସୂଚୀ ଅନୁସାରେ ୭ ଟି ଦେଶର ୮ ଜଣ ବିଦେଶୀ ନେତାଙ୍କୁ ଭେଟିବେ। କେତେକ ଦ୍ୱିପାକ୍ଷିକ ଏବଂ ବହୁପକ୍ଷୀୟ ବୈଠକରେ ଅଂଶଗ୍ରହଣ କରିବେ ।

ସେଠାରେ ବାସ କରୁଥିବା ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରିବେ। ପ୍ରଧାନନ୍ତ୍ରୀଙ୍କ ଗସ୍ତକ୍ରମର ୬୫ ଘଣ୍ଟା ମଧ୍ୟରେ ୨୫ଟି ବୈଠକ ରହିଛି। ଏହାର ସମୟସାରଣୀ ପ୍ରସ୍ତୁତ କରାଯାଇଛି ।

ନ୍ୟୁଜ ଏଜେନ୍ସି ପିଟିଆଇ ଅନୁସାରେ ବିଦେଶ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ୫୦ ରୁ ଅଧିକ ବିଶ୍ୱସ୍ତରୀୟ ବ୍ୟବସାୟୀଙ୍କୁ ଭେଟିବେ।

ବିଦେଶ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଗୋଟିଏ ଦିନ ଗୋଟିଏ ରାତି ଜର୍ମାନୀ ଏବଂ ଡେନମାର୍କରେ ବିତାଇବେ। ସେ ବିମାନରେ ଦୁଇ ରାତି ବିତାଇବେ। ପ୍ୟାରିସରେ ପ୍ରଧାନମନ୍ତ୍ରୀ ମୋଦି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ଭେଟିବେ।
ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ବର୍ଲିନରେ ଜର୍ମାନ ଚାନ୍ସଲର ଓଲାଫ ସ୍କୋଲଜଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ଉଭୟ ନେତା ଭାରତ-ଜର୍ମାନୀ ଆନ୍ତଃ ସମବାୟ ପରାମର୍ଶର ଷଷ୍ଠ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ।

୨୦୦୦ରୁ ଭାରତ ଏବଂ ଜର୍ମାନୀ ରଣନୀତିକ ଅଂଶୀଦାର ହୋଇଆସୁଛନ୍ତି। ଗତ ବର୍ଷ ୨୦୨୧ରେ ଉଭୟ ଦେଶ ପାରସ୍ପରିକ କୂଟନୈତିକ ସମ୍ପର୍କର ୭୦ ବର୍ଷ ପାଳନ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଡେନମାର୍କର ପ୍ରଧାନମନ୍ତ୍ରୀ ମେଟ୍ଟ ଫ୍ରେଡ୍ରିକସେନଙ୍କ ନିମନ୍ତ୍ରଣ କ୍ରମେ କୋପେନହେଗେନ ଯିବେ। ସେଠାରେ ସେ ଡେନମାର୍କ ଦ୍ୱାରା ଆୟୋଜିତ ଦ୍ୱିତୀୟ ଭାରତ-ନାର୍ଡିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।

ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡେନମାର୍କର ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବ। ରାଣୀ ମାରଗ୍ରେଥ-ଦ୍ୱିତୀୟଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଭେଟିବେ। ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଭାରତ-ଡେନମାର୍କ ବ୍ୟବସାୟ ଫୋରମର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ପ୍ରବାସୀ ଭାରତୀୟଙ୍କୁ ମଧ୍ୟ ସମ୍ବୋଧିତ କରିବେ।

ଦ୍ୱିତୀୟ ଭାରତ-ନାର୍ଡିକ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଆଇସଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ କ୍ୟାଟ୍ରିନ ଜ୍ୟାକବସଡୋଟିର, ନରୱେର ପ୍ରଧାନମନ୍ତ୍ରୀ ଜୋନାସ ଗହର ଷ୍ଟୋର, ସ୍ବିଡେନର ପ୍ରଧାନମନ୍ତ୍ରୀ ମାଗଡାଲେନା ଆଣ୍ଡରସନ ଏବଂ ଫିନଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ସାନା ମାରିନଙ୍କ ସହ ମଧ୍ୟ ଆଲୋଚନା କରିବେ।

ଏହି ସମ୍ମିଳନୀରେ କରୋନା ମହାମାରୀ ପରେ ଅର୍ଥନୈତିକ ପୁନରୁଦ୍ଧାର, ଜଳବାୟୁ ପରିବର୍ତ୍ତନ, ନବସୃଜନ ଏବଂ ପ୍ରଯୁକ୍ତିବିଦ୍ୟା, ଅକ୍ଷୟ ଶକ୍ତି, ବିଶ୍ୱସ୍ତରୀୟ ସୁରକ୍ଷା ଦୃଷ୍ଟିକୋଣ ଏବଂ ଆର୍କଟିକ ଅଞ୍ଚଳରେ ଭାରତ-ନାର୍ଡିକ ସହଯୋଗ ଭଳି ପ୍ରସଙ୍ଗ ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri