Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ଅପିଲ, କ୍ରୀଡା-ଫିଟନେସକୁ ଦୈନନ୍ଦିନ କାର୍ଯ୍ୟରେ ସଭିଏଁ କରନ୍ତୁ ସାମିଲ…

ନୂଆଦିଲ୍ଲୀ, ୨୯।୮ : ଜାତୀୟ କ୍ରୀଡା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ହକିର ଯାଦୁଗର ମେଜର ଧିଆନ ଚାନ୍ଦଙ୍କୁ ସ୍ମରଣ କରିଛନ୍ତି। ସେ ଟୁଇଟ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଲେଖିଛନ୍ତି ଯେ  ଜାତୀୟ କ୍ରୀଡା ଦିବସ ଅବସରରେ ଆମେ ମେଜର ଧାନ ଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛୁ, ଯାହାର ହକି ବାଡିର ଯାଦୁ କେବେ  କେହି ଭୁଲି ପାରିବେ ନାହିଁ।

ଏହି ଦିବସ ପରିବାର, ପ୍ରଶିକ୍ଷକ ଏବଂ ସହାୟକ କର୍ମଚାରୀଙ୍କ ଦ୍ୱାରା ଦିଆଯାଇଥିବା ଉତ୍କୃଷ୍ଟ ସହାୟତାକୁ ପ୍ରଶଂସା କରିବାର ଦିନ ମଧ୍ୟ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଭାରତରେ କ୍ରୀଡ଼ାକୁ ଲୋକପ୍ରିୟ କରିବା ଏବଂ କ୍ରୀଡ଼ା ପ୍ରତିଭାଙ୍କୁ ସମର୍ଥନ କରିବା ପାଇଁ ଭାରତ ସରକାର ଉଦ୍ୟମ କରୁଛନ୍ତି। କ୍ରୀଡା ଏବଂ ଫିଟନେସକୁ ସଭିଏଁ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟର ଏକ ଅଂଶ କରିବାକୁ ସେ ସାଧାରଣ ଜନତାଙ୍କୁ ଅପିଲ କରିଛନ୍ତି। ସେ କହିଛନ୍ତି, ଏହା କରିବାର ଅନେକ ଲାଭ ହେବ, ସମସ୍ତେ ସୁସ୍ଥ ରହିପାରିବେ।

ମେଜର ଧାନ ଚାନ୍ଦଙ୍କ ୧୧୬ ତମ ଜନ୍ମ ବାର୍ଷିକୀ ଅବସରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଏହି ଅବସରରେ ତାଙ୍କର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ ଜାତୀୟ କ୍ରୀଡ଼ା ଦିବସ ଅବସରରେ ହକି ଯାଦୁଗର ପଦ୍ମ ଭୂଷଣ ମେଜର ଧାନଚାନ୍ଦଙ୍କର ଗୌରବମୟ ସ୍ମୃତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇ ମୁଁ ସମସ୍ତ ଖେଳାଳିଙ୍କୁ ମୋର ଆନ୍ତରିକ କୃତଜ୍ଞତା ଜଣାଉଛି, ଯେଉଁମାନେ ବିଭିନ୍ନ ବିଭାଗରେ ବିଶ୍ୱ ଫୋରମରେ ଭାରତର ସମ୍ମାନ ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri