Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ପାଞ୍ଚରୁ ଛଅ ବର୍ଷ ମଧ୍ୟରେ…

ପାଣାଜୀ,୬।୨: ଆସନ୍ତା ପାଞ୍ଚରୁ ଛଅ ବର୍ଷ ମଧ୍ୟରେ ଭାରତରେ ଶକ୍ତି କ୍ଷେତ୍ରରେ ପ୍ରାୟ ୬୭ ବିଲିୟନ ଆମେରିକୀୟ ଡଲାରର ପୁଞ୍ଜି ବିନିଯୋଗ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ମଙ୍ଗଳବାର ଗୋଆରେ ଭାରତ ଶକ୍ତି ସପ୍ତାହର ଦ୍ୱିତୀୟ ସଂସ୍କରଣକୁ ଉଦ୍‌ଘାଟନ କରି ପ୍ରଧାନମନ୍ତ୍ରୀ ମୋଦି ଉଦ୍‌ଘାଟନ ବିଶ୍ୱ ନିବେଶକମାନଙ୍କୁ ଭାରତର ଅଭିବୃଦ୍ଧିର ଏକ ଅଂଶ ହେବାକୁ ଆମନ୍ତ୍ରଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଭାରତୀୟ ଅର୍ଥନୀତି ୭.୫ ପ୍ରତିଶତ ହାରରେ ବୃଦ୍ଧି ପାଉଛି। ଭାରତ ହେଉଛି ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ଏବଂ ନିକଟରେ ଆଇଏମଏଫ ପୂର୍ବାନୁମାନ କରିଛି ଯେ ଆମେ ସମାନ ବେଗରେ ବଢିବୁ। ଦେଶ ଖୁବ ଶୀଘ୍ର ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ। ୨୦୩୦ ସୁଦ୍ଧା ଦେଶ ଏହାର ବିଶୋଧନ କ୍ଷମତାକୁ ୨୫୪ ଏମ୍‌ଏମ୍‌ଟିପିଏ (ବାର୍ଷିକ ମିଲିୟନ ମେଟ୍ରିକ ଟନ) ରୁ ୪୫୦ ଏମ୍‌ଏମ୍‌ଟିପିଏକୁ ବୃଦ୍ଧି କରିବାକୁ ଆଶା କରୁଛି।
ପ୍ରଧାନମନ୍ତ୍ରୀ କହିଛନ୍ତି, ଶକ୍ତି କ୍ଷେତ୍ରରେ ଭାରତ ଅଦ୍ଭୁତପୂର୍ବ ପୁଞ୍ଜି ବିନିଯୋଗ କରୁଛି ଯାହା ପୂର୍ବରୁ କେବେ ହୋଇ ନ ଥିଲା। ଆସନ୍ତା ପାଞ୍ଚ-ଛଅ ବର୍ଷ ମଧ୍ୟରେ ଭାରତରେ ଶକ୍ତି କ୍ଷେତ୍ରରେ ୬୭ ବିଲିୟନ ଡଲାରର ପୁଞ୍ଜି ବିନିଯୋଗ ହେବାକୁ ଯାଉଛି। ବଢୁଥିବା ଶକ୍ତି ଆବଶ୍ୟକତା ମଧ୍ୟରେ ଭାରତର ସମସ୍ତଙ୍କୁ ସୁଲଭ ଶକ୍ତି ଯୋଗାଇ ଦିଆଯାଉଛି। ଭାରତ ଏପରି ଏକ ଦେଶ ଯେଉଁଠାରେ ଅନେକ ବିଶ୍ୱସ୍ତରୀୟ ଘଟଣା ସତ୍ତ୍ୱେ ଗତ ଦୁଇ ବର୍ଷ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ହ୍ରାସ ପାଇଛି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଭାରତ ଅଶୋଧିତ ତୈଳ ଏବଂ ଏଲପିଜିର ତୃତୀୟ ବୃହତ୍ତମ ଗ୍ରାହକ ଏବଂ ଏଲ୍‌ଏନ୍‌ଜିର ଚତୁର୍ଥ ବୃହତ୍ତମ ଆମଦାନୀକାରୀ। ୨୦୩୦ ସୁଦ୍ଧା ଭାରତ ଏହାର ଶକ୍ତି ମିଶ୍ରଣରେ ଗ୍ୟାସର ଅଂଶକୁ ୧୫ ପ୍ରତିଶତକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛି। ଗତ ୧୦ ବର୍ଷ ମଧ୍ୟରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ୧.୫ ପ୍ରତିଶତରୁ ୧୨ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୫ ସୁଦ୍ଧା ଏହା ୨୦ ପ୍ରତିଶତକୁ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri