ଉପର ମୁହାଁ କରୋନା, ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ  କାର୍ଯ୍ୟକ୍ରମ ରହିଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ବୈଠକରେ ବିଭିନ୍ନ ରାଜ୍ୟର କରୋନା ସ୍ଥିତି ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।

ବୈଠକରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ କରୋନା ସଂକ୍ରମଣର ସାମ୍ପ୍ରତିକ ପରିସ୍ଥିତି ଉପରେ ଏକ ଉପସ୍ଥାପନା ପ୍ରସ୍ତୁତ କରିବେ। ଗତ କିଛି ଦିନ ଧରି ଦେଶରେ କରୋନା ସଂକ୍ରମଣ ହାରରେ କ୍ରମାଗତ ବୃଦ୍ଧି ଘଟିବାରେ ଲାଗିଛି। ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୪୮୩ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ମୃତ୍ୟୁ ସଂଖ୍ୟା ୧,୩୯୯ ଛୁଇଁଛି। ରାଜଧାନୀ ଦିଲ୍ଲୀରେ ପଜିଟିଭିଟି ହାର ୬ ପ୍ରତିଶତରେ ପହଞ୍ଚିଛି।

ଦେଶରେ ଟିକାକରଣ ସଂଖ୍ୟା ୧୮୮ କୋଟିରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୦ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

Share