ଆଜି ଏତିକି ବେଳେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ପ୍ରଧାନମନ୍ତ୍ରୀ କିସ୍ତି ଟଙ୍କା

ଭୁବନେଶ୍ୱର,୧୮ା୬ (ଅନିଲ ଦାସ):କେନ୍ଦ୍ର ସରକାର ଚାଷୀଙ୍କୁ ଜୁନ୍‌ ୧୮ରେ ପିଏମ୍‌-କିଷାନ ଯୋଜନାରେ ୧୭ତମ କିସ୍ତି ପ୍ରଦାନ କରିବାକୁ ଯାଉଛନ୍ତି। ସାରା ଦେଶରେ ଏହି ଦିନକୁ ପିଏମ୍‌-କିଷାନ ଉତ୍ସବ ଦିବସ ଆକାରରେ ପାଳନ କରାଯାଉଛି। ଓଡ଼ିଶାରେ ମଧ୍ୟ ମଙ୍ଗଳବାର ଅପରାହ୍ନ ୪ଟା ୩୦ରୁ ସନ୍ଧ୍ୟା ୭ଟା ମଧ୍ୟରେ ପିଏମ୍‌- କିଷାନ ଉତ୍ସବ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ଏମ୍‌ପିମାନେ ବିଭିନ୍ନ ଜିଲାରେ ଅତିଥି ଭାବେ ଉପସ୍ଥିତ ରହି ଉତ୍ସବକୁ ପାଳନ କରିବେ। ଏଥିପାଇଁ ପ୍ରସ୍ତୁତି କରିବାକୁ ସମସ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରଗଡ଼ ଜିଲାରେ ପିଏମ୍‌-କିଷାନ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବାକୁ ଥିବାବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ବରଗଡ଼, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପୁରୀ, କ୍ୟାବିନେଟ ମନ୍ତ୍ରୀ ସୁରେଶ ପୂଜାରୀ କଟକ, ରବିନାରାୟଣ ନାୟକ ନୟାଗଡ଼, ନିତ୍ୟାନନ୍ଦ ଗଣ୍ଡ କେନ୍ଦ୍ରାପଡ଼ା, କୃଷ୍ଣଚନ୍ଦ୍ର ପାତ୍ର ଢେଙ୍କାନାଳ, ପୃଥ୍ବୀରାଜ ହରିଚନ୍ଦନ ଖୋର୍ଦ୍ଧା, ମୁକେଶ ମହାଲିଙ୍ଗ କେଭିକେ ସିଆଇଏଫ୍‌ଏଚ କୋଶଲ୍ୟାଗଙ୍ଗ, ବିଭୂତି ଭୂଷଣ ଜେନା ଗଞ୍ଜାମ, କୃଷ୍ଣଚନ୍ଦ୍ର ମହାପାତ୍ର ଅନୁଗୋଳ ଜିଲାରେ ଅତିଥି ଭାବେ ଯୋଗଦେବେ। ସେହିପରି ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲାରେ ଅତିଥି ଭାବେ ଯୋଗଦେବାକୁ ଥିବାବେଳେ ପ୍ରଦୀପ ବଳସାମନ୍ତ ଯାଜପୁର, ଗଣେଶ ରାମ ସିଂଖୁଣ୍ଟିଆ କେଭିକେ ବଡ଼ଚଣା, ଗୋକୁଳାନନ୍ଦ ମଲ୍ଲିକ କେଭିକେ ଭଞ୍ଜନଗର, ସମ୍ପଦ ଚରଣ ସ୍ବାଇଁ ଜଗତ୍‌ସିଂହପୁର ଜିଲାରେ ଉପସ୍ଥିତ ରହିବେ। ସେହିପରି ବାଲେଶ୍ୱର, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲାରେ ସମ୍ପୃକ୍ତ ଏମ୍‌ପିମାନେ ଅତିଥି ଭାବେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri