ଟିକା ପ୍ରମାଣପତ୍ରରୁ ହଟିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ଥିରୁଭାନନ୍ତପୁରମ୍‌,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। କରୋନା ବିରୋଧୀ ଲଢ଼େଇରେ ଟିକାକରଣ ଅଭିଯାନରେ ନାଗରିକମାନଙ୍କୁ ଦିଆଯାଇଥିବା ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟାଇବା ନେଇ କରାଯାଇଥିବା ଏକ ଆବେଦନକୁ କେରଳ ହାଇକୋର୍ଟ ଖାରଜ କରିଦେଇଛନ୍ତି।

ଆବେଦନକାରୀଙ୍କ ମୁଖ୍ୟ ଅଭିଯୋଗ ହେଉଛି ଟିକାକରଣ ପ୍ରମାଣପତ୍ର ହେଉଛି ତାଙ୍କର ବ୍ୟକ୍ତିଗତ। ଏହା ଉପରେ ତାଙ୍କର କିଛି ଅଧିକାର ରହିଛି। ବିଚାରପତି ଏନ. ନାଗରେଙ୍କେ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଆବେଦନକୁ ଅନୁମତି ଦେବା ନେଇ ଏହାର ବ୍ୟାପକ ପ୍ରଭାବକୁ ବିଚାର କରି ମୌଖିକ ମନ୍ତବ୍ୟ ଦେଇଛନ୍ତି।

ଏହା ଅତ୍ୟନ୍ତ ବିପଜ୍ଜନକ ପ୍ରସ୍ତାବ ବୋଲି ଖଣ୍ଡପୀଠ କହିଛନ୍ତି। ପରବର୍ତ୍ତୀ ସମୟରେ କେହି ବିରୋଧ କହିବେ ଯେ, ସେମାନେ ମହାତ୍ମା ଗାନ୍ଧୀଙ୍କୁ ପସନ୍ଦ କରନ୍ତି ନାହିଁ। ତେଣୁ ଭାରତୀୟ ଟଙ୍କାରୁ ମହାତ୍ମାଙ୍କ ଛବି ହଟାଇବାକୁ ଦାବି କରିପାରନ୍ତି। ସେ ପରିଶ୍ରମ କରି ଟଙ୍କା ଉପାର୍ଜନ କରୁଛନ୍ତି। ତେଣୁ ଏହା ତାଙ୍କର ବ୍ୟକ୍ତିଗତ ଟଙ୍କା। ଏଥିରୁ ମହାତ୍ମାଙ୍କ ଛବି ଉଠାଇନେବା ଆବଶ୍ୟକ। ବୋଲି ହୁଏତ ଦାବି କରାଯାଇ ପାରେ ବୋଲି କୋର୍ଟ କହିଛନ୍ତି। ଏପରି ଦାବି ସ୍ଥଳେ କ’ଣ ହେବ ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି।

ଏହାର ଉତ୍ତରରେ ଆବେଦନକାରୀଙ୍କ ଆଇନଜୀବୀ ଅଜିତ ଆନନ୍ଦ ଉତ୍ତର ଦେଇଥିଲେ ଯେ, ମହାତ୍ମା ଗାନ୍ଧୀଙ୍କ ଚିତ୍ର ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ନିୟମ ଅନୁଯାୟୀ ମୁଦ୍ରାରେ ମୁଦ୍ରିତ ହୋଇଥିବାବେଳେ ପ୍ରଧାନମନ୍ତ୍ରୀଙ୍କ ଚିତ୍ର କୌଣସି ବୈଧାନିକ ପ୍ରାବଧାନ ଆଧାରରେ ଛପା ଯାଇନାହିଁ।

ଏହି ପ୍ରସଙ୍ଗରେ ବିବୃତ୍ତି ଦାଖଲ କରିବାକୁ ଏଏସ୍‌ଜି ଅଧିକ ସମୟ ମାଗିଛନ୍ତି। ସେହି ଅନୁଯାୟୀ, ନଭେମ୍ବର ୨୩ ପର୍ଯ୍ୟନ୍ତ କୋର୍ଟ ଏହି ମାମଲା ବଢ଼ାଇଛନ୍ତି।

ଆବେଦନକାରୀ ହେଉଛନ୍ତି ଭାରତର ଜଣେ ବରିଷ୍ଠ ନାଗରିକ ଏବଂ ଆରଟିଆଇ କାର୍ଯ୍ୟକର୍ତ୍ତା। ସେ ଏକ ଘରୋଇ ଡାକ୍ତରଖାନାରୁ ଟିକାକରଣର କରିଥିଲେ। ତେବେ ପ୍ରମାଣପତ୍ରରେ ଭାରତର ପ୍ରଧାନମନ୍ତ୍ରୀଙ୍କ ଚିତ୍ର ଥିଲା। ଏଥିରେ ସେ ଅସନ୍ତୋଷ ପ୍ରକାଶ କରି ମୌଳିକ ଅଧିକାରର ଉଲ୍ଲଂଘନ ହୋଇଥିବା ଅଭିଯୋଗ କରି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri