Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସମ୍ପତ୍ତି ବର୍ଷରେ ବଢ଼ିଛି ୨୨ ଲକ୍ଷ…

ନୂଆଦିଲ୍ଲୀ,୨୫।୯: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସମ୍ପତ୍ତି ବିଷୟରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନିଜର ବାର୍ଷିକ ଆୟ, ବ୍ୟାଙ୍କ ଆକାଉଣ୍ଟରେ କେତେ ଟଙ୍କା ଜମା ହୋଇଛି ଏନେଇ ତଥ୍ୟ ସାର୍ବଜନୀନ କରିଛନ୍ତି। ସରକାରୀ ରିପୋର୍ଟ ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୋଟ ସମ୍ପତ୍ତି ମୂଲ୍ୟ ୩.୦୭ କୋଟି ଟଙ୍କା ରହିଛି।

ଏହା ପୂର୍ବ ବର୍ଷ ୨.୮୫ କୋଟି ଟଙ୍କା ଥିଲା। ଅର୍ଥାତ୍‌ ଚଳିତ ବର୍ଷ ପ୍ରଧାନମନ୍ତ୍ରୀଙ୍କର ମୋଟ ସମ୍ପତ୍ତି ୨୨ ଲକ୍ଷ ଟଙ୍କା ବୃଦ୍ଧି ପାଇଛି। ଅପରପକ୍ଷରେ, ପ୍ରଧାନମନ୍ତ୍ରୀଙ୍କ ଷ୍ଟକ ମାର୍କେଟରେ ପୁଞ୍ଜି ବିନିଯୋଗ ନାହିଁ ଏବଂ ଜାତୀୟ ସଞ୍ଚୟ ପ୍ରମାଣପତ୍ରରେ ତାଙ୍କର ବିନିଯୋଗ ୮.୯ ଲକ୍ଷ ଟଙ୍କା ହୋଇଥିବାବେଳେ ଜୀବନ ବୀମା ପଲିସିର ମୂଲ୍ୟ ୧.୫ ଲକ୍ଷ ଟଙ୍କା ରହିଛି। ସେହିପରି ଏଲ୍‌ ଆଣ୍ଡ ଟି ଭିତ୍ତିଭୂମି ବଣ୍ଡର ମୂଲ୍ୟ ହେଉଛି ୨୦ ହଜାର ଟଙ୍କା। ସେ ଏହାକୁ ୨୦୧୨ରେ କିଣିଥିଲେ।

ଧନ ବୃଦ୍ଧି ମୁଖ୍ୟତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଗାନ୍ଧିନଗର ଶାଖାରେ ତାଙ୍କର ଫିକ୍ସଡ୍‌ ଜମା ରହିଛି। ପ୍ରଧାନମନ୍ତ୍ରୀଙ୍କ ଘୋଷଣାନାମା ଅନୁଯାୟୀ, ୨୦୨୧ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଫିକ୍ସଡ୍‌ ହୋଇଥିବା ଜମା ରାଶି ୧.୮୬ କୋଟି ଟଙ୍କା ଥିଲା, ଯାହା ଗତ ବର୍ଷ ୧.୬୦ କୋଟି ଟଙ୍କା ଥିଲା। ପ୍ରଧାନମନ୍ତ୍ରୀଙ୍କ ଙ୍କର କୌଣସି ଗାଡି ନାହିଁ। ତାଙ୍କ ପାଖରେ ୧.୪୮ ଲକ୍ଷ ଟଙ୍କା ମୂଲ୍ୟର ଚାରୋଟି ସୁନା ରିଙ୍ଗ ଅଛି। ୨୦୨୧ ମାର୍ଚ୍ଚ ୩୧ ସୁଦ୍ଧା ତାଙ୍କ ବ୍ୟାଙ୍କ ବାଲାନ୍ସ ହେଉଛି ୧.୫ ଲକ୍ଷ ଟଙ୍କା ଏବଂ ପାଖରେ ନଗଦ ୩୬,୦୦୦ ଟଙ୍କା ରହିଛି।

୨୦୧୪ରେ ପ୍ରଧାନମନ୍ତ୍ରୀ ହେବା ପରଠାରୁ ସେ କୌଣସି ସମ୍ପତ୍ତି କିଣି ନାହାଁନ୍ତି। ୨୦୦୨ରେ କିଣାଯାଇଥିବା ତାଙ୍କର ଏକମାତ୍ର ଆବାସିକ ସମ୍ପତ୍ତିର ମୂଲ୍ୟ ୧.୧ କୋଟି ଟଙ୍କା। ମୋଟ ୧୪,୧୨୫ ବର୍ଗଫୁଟ ସମ୍ପତ୍ତି ମଧ୍ୟରୁ ପ୍ରଧାନମନ୍ତ୍ରୀଙ୍କ ଭାବରେ ୩,୫୩୧ ବର୍ଗଫୁଟରୁ ଅଧିକ ଥିବା ରିପୋର୍ଟରେ ଉଲ୍ଲେଖ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri