Posted inଜାତୀୟ

ଆନ୍ଦୋଳନରୁ ଓହରିବାକୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ

ନୂଆଦିଲ୍ଲୀ, ୯।୨: କେନ୍ଦ୍ରର ୩ ନୂଆ କୃଷି ଆଇନ ବିରୋଧରେ ନଭେମ୍ବର ମାସରୁ ଆନ୍ଦୋଳନ ଚଳାଇଥିବା ଚାଷୀମାନଙ୍କୁ ଓହରିଯିବା ପାଇଁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁରୋଧ କରିଛନ୍ତି। ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବ୍ୟବସ୍ଥା ଜାରି ରହିବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ପ୍ରଧାନମନ୍ତ୍ରୀ କହିଥିଲେ, ଯେଉଁ ଦଳଗୁଡ଼ିକ ନୂଆ କୃଷି ସଂସ୍କାରକୁ ନେଇ ଏବେ ୟୁ-ଟର୍ନ କରିଛନ୍ତି, ଭାଜପା ନେତୃତ୍ୱାଧୀନ ସରକାର ଉକ୍ତ ଆଇନ ଆଣିଥିବାରୁ ସେମାନେ ଗର୍ବିତ ହେବା କଥା। କାରଣ ଏକଦା ସେମାନଙ୍କ ନେତାମାନେ ଉକ୍ତ ସଂସ୍କାର ନୀତିକୁ ସମର୍ଥନ କରିଥିଲେ। କୃଷି ଉତ୍ପାଦର ବିକ୍ରି ଲାଗି ଏକକ ବଜାର ଉପରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଜୋର୍‌ ଦେଇଥିଲେ। ଚାଷୀ ଅଧିକ ଦାମ୍‌ରେ ଯେପରି ଉତ୍ପାଦିତ ସାମଗ୍ରୀ ବିକ୍ରି କରିପାରିବ ସେଥିପାଇଁ ସ୍ବାଧୀନତା ଦେବା ସପକ୍ଷରେ ମନମୋହନଜୀ ଥିଲେ ବୋଲି ମୋଦି କହିଥିଲେ। ଆମେ ପଛକୁ ନ ଯାଇ ଆଗକୁ ବଢ଼ିବା ଉଚିତ। ସଂସ୍କାରକୁ ଏକ ସୁଯୋଗ ଦିଆଯିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ପ୍ରଧାନମନ୍ତ୍ରୀ କୃଷି ଆଇନ ଓ ବିଭିନ୍ନ ପଦକ୍ଷେପ ସପକ୍ଷରେ କହିବା ସହ ବିରୋଧୀ ଦଳଗୁଡ଼ିକୁ ସମାଲୋଚନା କରିଥିଲେ। କ୍ଷୁଦ୍ର ଓ ନାମମାତ୍ର ଚାଷୀ ସଂଖ୍ୟା ୧୯୭୧ରେ ୫୧ ପ୍ରତିଶତ ଥିବାବେଳେ ତାହା ୬୮ ପ୍ରତିଶତକୁ ବୃଦ୍ଧି ପାଇଛି। ଏବେ ୮୬ ପ୍ରତିଶତ ଚାଷୀଙ୍କର ୨ ହେକ୍ଟରରୁ କମ୍‌ ଜମି ରହିଛି। ଏହି ଚାଷୀମାନଙ୍କ ପ୍ରତି ଦେଶର କୌଣସି କର୍ତ୍ତବ୍ୟ ନାହିଁ କି ବୋଲି ପ୍ରଧାନମନ୍ତ୍ରୀ ପ୍ରଶ୍ନ କରିଥିଲେ। କୃଷି ସେକ୍ଟରରେ ସଂସ୍କାର ସପକ୍ଷରେ ପ୍ରତି ସରକାର କହୁଥିଲେ, କିନ୍ତୁ ଦଳଗୁଡ଼ିକ ଏବେ ୟୁ-ଟର୍ନ କରିଛନ୍ତି ବୋଲି କଂଗ୍ରେସ ଓ ଏହାର ସହଯୋଗୀ ଶରଦ ପାଓ୍ବାରଙ୍କୁ ଲକ୍ଷ୍ୟ କରି ମୋଦି କହିଥିଲେ। ଆନ୍ଦୋଳନକୁ ନେଇ ବିରୋଧୀ ସରକାରଙ୍କୁ ସମାଲୋଚନା କରିବା ଭଲ କଥା। ତେବେ ବିକାଶ ପାଇଁ ସଂସ୍କାର ଜରୁରୀ ଏହା କୃଷକମାନଙ୍କୁ ବୁଝାଇବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ଭାଷଣରେ ବାସ୍ତବତା ନାହିଁ: କଂଗ୍ରେସ

କୃଷି ଆଇନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ଭାଷଣକୁ କଂଗ୍ରେସ ସମାଲୋଚନା କରିଛି। ପ୍ରଧାନମନ୍ତ୍ରୀ କଂଗ୍ରେସ ପ୍ରସ୍ତାବକୁ ଏଡାଇଯାଇଛନ୍ତି ବୋଲି ଖବରଦାତା ସମ୍ମିଳନୀରେ ବରିଷ୍ଠ ଏମ୍‌ପି ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି। ମୋଦିଙ୍କ ଭାଷଣରେ କିଛି ବାସ୍ତବତା ନାହିଁ। ଆମେ ସମସ୍ତେ କ’ଣ ବୋକା କି ବୋଲି ଖାର୍ଗେ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri