ଗରିବଙ୍କୁ ମନା ପ୍ରଧାନମନ୍ତ୍ରୀ ଆବାସ

କାଏମା,୧।୨(ଡି.ଏନ.ଏ.) : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ଗରିବଙ୍କ ପାଇଁ ନାନା ଯୋଜନା ପ୍ରଣୟନ କରିଛନ୍ତି। କେହି ଯେପରି ମାଟିକାନ୍ଥ, ଚାଳ ଛପର ଘରେ ନ ରହିବେ ସେଥିପାଇଁ ଆବାସ ଯୋଜନା ପ୍ରଣୟନ ହୋଇଛି। କିନ୍ତୁ ଯାଜପୁର ଜିଲାରେ ହିତାଧିକାରୀ ତାଲିକା ପ୍ରସ୍ତୁତ କରୁଥିବା କେତେଜଣ ଅଧିକାରୀ ଏହି ଯୋଜନାକୁ ବାଟବଣା କରୁଥିବା ଅଭିଯୋଗ ହୋଇଛି। ଧନୀ ଲୋକମାନେ ଆବାସ ଯୋଜନା ପାଇଥିବା ବେଳେ ଯୋଗ୍ୟ ଗରୀବ ହିତାଧିକାରୀ ଏଥିରୁ ବଞ୍ଚିତ ହେଉଛନ୍ତି ।
ଏପରି ଘଟଣା ଧର୍ମଶାଳା ବ୍ଲକ ମିର୍ଜାପୁର ପଞ୍ଚାୟତର ମୁଣ୍ଡମାଳ ଗ୍ରାମରେ ଦେଖିବାକୁ ମିଳିଛି। ଏହି ଗ୍ରାମର ଦିବ୍ୟାଙ୍ଗ ରମେଶ ମଲିକ, ଟୁନି ମଲିକ ଓ ମୁକ ବଧିର କ୍ଷୀରୋଦ ବେହେରା ଆବାସ ପାଇବା ପାଇଁ ଯୋଗ୍ୟ ଥିବାବେଳେ ଏମାନଙ୍କ ନାମ ତାଲିକାରେ ଆସିନାହିଁ। ଦିବ୍ୟାଙ୍ଗ ରମେଶ ୭୦% ଭିନ୍ନକ୍ଷମ ହୋଇଥିଲେ ମଧ୍ୟ ଆଜି ଯାଏ ଭତ୍ତା ପାଇବାରୁ ବଞ୍ଚିତ ଅଛନ୍ତି । ଭଙ୍ଗା ମାଟି କୁଡିଆ ଘରେ ଛିଣ୍ଡା ଜରିପାଲ ତଳେ ସେ ଓ ତାଙ୍କ ପରିବାର ଦୁଃଖେ କଷ୍ଟେ ଖରାରେ ଜୀବନ ବିତାନ୍ତି। ଆବାସ ଘରଟିଏ ପାଇବା ପାଇଁ ବାରମ୍ବାର ସରପଞ୍ଚଙ୍କ କାର୍ଯ୍ୟାଳୟଠାରୁ ବ୍ଲକ ଅଫିସ ଦୌଡ଼ି ଦୌଡ଼ି ସେ ନୟାନ୍ତ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳନାହିଁ। ମଣ୍ଡଳ ଉନ୍ନୟନ ଅଧିକାରୀଙ୍କ ନିର୍ଦ୍ଦେଶ ଅନୁସାରେ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ତଦନ୍ତ ରିପୋର୍ଟ ସେ ଘର ପାଇବା ପାଇଁ ଯୋଗ୍ୟ ଅଟନ୍ତି । କିନ୍ତୁ ତାଙ୍କ ନାମ ତାଲିକାରେ ନ ଥିବା ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟ ଏକ ଘଟଣାରେ ଉକ୍ତ ଗ୍ରାମର ଟୁନୀ ମଲିକ ନିହାତି ଗରିବ । ଭଙ୍ଗା ଆଜବେଷ୍ଟ ଘରେ ସେ ବହୁ କଷ୍ଟରେ ଦିନ କାଟନ୍ତି। ତେବେ ତାଙ୍କ ନାମ ବି ତାଲିକା ଅନ୍ତର୍ଭୁକ୍ତ ନାହିଁ। ସରକାର ଭିନ୍ନକ୍ଷମମାନଙ୍କୁ ବିଭିନ୍ନ ଯୋଜନାରେ ସାମିଲ କରିବାକୁ ଅଧିକ ଗୁରୁତ୍ୱ ଦେଉଥିବାବେଳେ କ୍ଷୀରୋଦ ବେହେରାଙ୍କ କ୍ଷେତ୍ରରେ ତା’ର ଓଲଟା ହୋଇଛି। ସେ କଥା କହି ପାରନ୍ତି ନାହିଁ କି ଶୁଣି ବି ପାରନ୍ତି ନାହିଁ । ବାରମ୍ବାର ପଞ୍ଚାୟତ କାର୍ଯ୍ୟାଳୟଠୁ ବ୍ଲକ ଅଫିସ ବର୍ଷ ବର୍ଷ ହେଲା ଦୌଡ଼ି ସେ ହତାଶ ହୋଇପଡିଥିବା ତାଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି। ଏହି କ୍ରମରେ ଯୋଗ୍ୟ ହିତାଧିକାରୀମାନଙ୍କୁ ଆବାସ ଯୋଜନା ଏବଂ ଭିନ୍ନକ୍ଷମ ଯୋଜନାରେ ସାମିଲ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri