ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ଦିଗହରା

ବରୀ,୧୬ା୩(ଡି.ଏନ.ଏ.): ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ଦିଗହରା ହୋଇଛି। ଉକ୍ତ ଅଭିଯାନ ମାଧ୍ୟରେ ଗର୍ଭବତୀଙ୍କୁ ଯେଉଁ ସୁବିଧା ପ୍ରଦାନ କରାଯିବା କଥା ତାହା କରାଯାଉନାହିଁ। ଏଥିରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। କାର୍ଯ୍ୟକ୍ରମର ନିୟମ ମୁତାବକ ଗର୍ଭବତୀଙ୍କୁ ପ୍ରତ୍ୟେକ ମାସର ୯ ତାରିଖରେ ପରୀକ୍ଷା କରିବା ସହ ସେମାନଙ୍କୁ ୮୦ ଟଙ୍କାର ଶୁଖିଲା ଖାଦ୍ୟ ଦେବା କଥା। ମାତ୍ର ଖାଦ୍ୟ ବଣ୍ଟନ ଦାୟିତ୍ୱରେ ଥିବା କର୍ମଚାରୀ ଜଣଙ୍କ ପରୀକ୍ଷା ପାଇଁ ଆସୁଥିବା ଗର୍ଭବତୀଙ୍କୁ କେବଳ ଏକ ୫ ଟଙ୍କିଆ ବିସ୍କୁଟ, ୧୦ ଟଙ୍କିଆ ବ୍ରେଡ୍‌, ୨ଟି କଦଳୀ, ୫୦ ଗ୍ରାମ ଅଙ୍ଗୁର ଓ ଗୋଟିଏ ପାଣି ବଟଲ ଦେଉଛନ୍ତି। ଏସବୁ ସାମଗ୍ରୀର ମୂଲ୍ୟ ୩୫ରୁ ୪୦ ଟଙ୍କା ମଧ୍ୟରେ ହେବ। ବଳକା ଅର୍ଥକୁ ସମ୍ପୃକ୍ତ କର୍ମଚାରୀ ହଡ଼ପ କରୁଛନ୍ତି। ଏତଦ୍‌ବ୍ୟତୀତ ଉକ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ତଃ ବିଭାଗରେ ଚିକିତ୍ସିତ ହେଉଥିବା ରୋଗୀ ଏବଂ ପ୍ରସୂତିଙ୍କୁ ସୁଷମ ଖାଦ୍ୟ ଯୋଗାଇ ଦିଆଯିବାକୁ ନିୟମ ରହିଥିବାବେଳେ ଏହା ମଧ୍ୟ ଦିଆଯାଉ ନ ଥିବା ଅଭିଯୋଗ ହେଉଛି। ଏହି ଖବର ଗଣମାଧ୍ୟମରେ ପ୍ରକାଶିତ ହେବା ପରେ ଉଚ୍ଚ ପଦସ୍ଥ ଅଧିକାରୀ ଆସି ତଦନ୍ତ କରି ଫେରିଛନ୍ତି। ହେଲେ କୌଣସି ଆଖିଦୃଶିଆ ପଦକ୍ଷେପ ନେଉ ନ ଥିବାରୁ ତଦନ୍ତ ଧର୍ମକୁ ଆଖିଠାର ସଦୃଶ ବୋଲି ବୁଦ୍ଧିଜୀବୀ ମତ ରଖିଛନ୍ତି। ୫-ଟି ଅଧୀନରେ ସ୍ବାସ୍ଥ୍ୟ ବିଭାଗ ରହିବା ପରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ବ୍ୟାପକ ହରିଲୁଟ୍‌ ଘଟଣାକୁ ନେଇ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ୫-ଟି ସଚିବଙ୍କୁ ଟୁଇଟ୍‌ ମାଧ୍ୟମରେ ଜଣାଇଛନ୍ତି। ହେଲେ ଘଟଣା ଉପରେ କୌଣସି ପଦକ୍ଷେପ ନ ନିଆଯିବା ଯୋଗୁ ଏଠାରେ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇଛି। ବାଧ୍ୟ ହୋଇ ଅନେକ ରୋଗୀ ଘରୋଇ ଚିକିତ୍ସାଳୟକୁ ଯାଉ ଖର୍ଚ୍ଚାନ୍ତ ହେଉଛନ୍ତି। ତେଣୁ ଏସବୁ ଘଟଣା ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ଜିଲାପାଳ ତୁରନ୍ତ ଦୃଷ୍ଟିଦେବାକୁ ଦାବି ହୋଇଛି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ. ସବ୍ୟସାଚ୍ଚୀ ଦାସଙ୍କୁ ଫୋନ୍‌ ଦ୍ୱାରା ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ କଲ୍‌ ଗ୍ରହଣ କରି ନ ଥିଲେ। ଘଟଣା ସମ୍ପର୍କରେ ବ୍ଲକ୍‌ ପ୍ରୋଗ୍ରାମ ମ୍ୟାନେଜର (ବିପିଏମ୍‌) ପବିତ୍ର ଗୌରବ ଦାସଙ୍କୁ ପଚାରିବାରେ ସେ ଗଣମାଧ୍ୟମକୁ କୌଣସି ତଥ୍ୟ ଦେବାକୁ ବାଧ୍ୟ ନୁହେଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri