ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ ଗସ୍ତରେ ଆସି ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଛନ୍ତି। ଏହାସହ ମନ୍ଦିର ଚତୁଃପାଶର୍‌ବରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟମାନକୁ ବୁଲି ଦେଖିବା ସହ ମନ୍ଦିର ବିକାଶ ସମ୍ପର୍କରେ ଉପସ୍ଥିତ ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ ଓ ଗଞ୍ଜାମ ଜିଲାପାଳ ଭି.କୀତ୍ତିଭାସନଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଛତ୍ରପୁର ଉପଜିଲାପାଳ ଶୁଭାଶିଷ ବରାଳ, ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା, ଏମ୍‌ପିଙ୍କ ପ୍ରତିନିଧି ଯଜ୍ଞନାରାୟଣ ଦାଶ, ସୀତାରାମ ପାଣିଗ୍ରାହୀ, ଶଙ୍କର ନାହାକଙ୍କ ସମେତ ବହୁ ଭାଜପା କର୍ମୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily