Posted inଜାତୀୟ

ଖରାପ ପାଗ ଯୋଗୁ ପ୍ରଧାନମନ୍ତ୍ରୀଙ୍କ ବିଜନୌର ଗସ୍ତ ବାତିଲ…

ଲକ୍ଷ୍ନୌ, ୭।୨ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ସୋମବାର ବିଜନୌରରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ବାତିଲ କରାଯାଇଛି। ଖରାପ ପାଗ ଯୋଗୁ ଏଭଳି କରାଯାଇଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ଭର୍ଚୁଆଲ ରାଲିରେ ୧୨ଟା ୩୦ରେ ଲୋକଙ୍କୁ ସମ୍ବୋଧିତ କରି ଏନେଇ କ୍ଷମା ମାଗିଛନ୍ତି। ପାଗ ଭଲ ଥିଲେ ସେ ଫିଜିକାଲ ରାଲିରେ ଯୋଗ ଦେଇଥାନ୍ତେ ବୋଲି କହିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ହେଲିକପ୍ଟର ପାଇଁ ୧୫୦୦ ମିଟରର ଭିଜିବିଲିଟି ଆବଶ୍ୟକ ହେଉଥିବାବେଳେ ଦୃଶ୍ୟମାନତା ମାତ୍ର ୮୦୦ ମିଟର ଥିବାରୁ ଗସ୍ତକୁ ବାତିଲ କରାଯାଇଛି। ପ୍ରଧାନମନ୍ତ୍ରୀ ଇତିମଧ୍ୟରେ ୩ ଟି ଜନସଭାକୁ ସମ୍ବୋଧିତ କରିଛନ୍ତି। ପ୍ରଥମ ପର୍ଯ୍ୟାୟର ସମସ୍ତ ବିଧାନସଭା ନିର୍ବାଚନମଣ୍ଡଳୀରେ ସେ ଭୋଟରଙ୍କୁ ସେ ଭର୍ଚୁଆଲ ମୋଡରେ ସମ୍ବୋଧିତ କରିଛନ୍ତି। ଏବେ ସେ ଦ୍ୱିତୀୟ ପର୍ଯ୍ୟାୟର ମତଦାନ ପାଇଁ ଭୋଟରଙ୍କୁ ସମ୍ବୋଧିତ କରିବା କାର୍ଯ୍ୟ ଆରମ୍ଭ କରିଛନ୍ତି।

ପ୍ରଧାନମନ୍ତ୍ରୀ ତାଙ୍କର ଚତୁର୍ଥ ଜନସଭାରେ ବିଜନୋର, ଆମ୍‌ରୋହା ଏବଂ ମୋରାଦାବାଦ ଆଦି ତିନୋଟି ଜିଲାର ଭୋଟରଙ୍କୁ ସମ୍ବୋଧିତ କରିବାକୁ ଯାଉଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଫେବୃଆରୀ ୧୪ ରେ ୯ଟି ଜିଲାର ୫୫ ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri