Posted inଜାତୀୟ

ଇଣ୍ଡୋନେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧୧: ଜି-୨୦ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଇଣ୍ଡୋନେସିଆର ବାଲି ଅଭିମୁଖେ ଯାତ୍ରା କରିଛନ୍ତି। ୧୪ ରୁ ୧୬ ନଭେମ୍ବର ମଧ୍ୟରେ ପ୍ରଧାନମନ୍ତ୍ରୀ ବାଲି ଗସ୍ତ କରିବେ। ଏଠାରେ ସେ ୧୫-୧୬ ନଭେମ୍ବରରେ ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ୪୫ ଘଣ୍ଟା ରହିବା ସମୟରେ ୨୦ଟି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ବୃହତ୍ତମ ଗୋଷ୍ଠୀ ଜି -୨୦ର ନେତାଙ୍କ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ବ୍ୟତୀତ ପ୍ରଧାନମନ୍ତ୍ରୀ ଏଥିରେ ଅଂଶଗ୍ରହଣ କରୁଥିବା ୧୦ଟି ଦେଶର ମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକ ମଧ୍ୟ କରିବେ। ଏଥିରେ ବହୁପକ୍ଷୀୟ ଏବଂ ଦ୍ୱିପାକ୍ଷିକ ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା ହେବ।
ବାଲି ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଅନ୍ୟ ଜି-୨୦ ନେତାମାନେ ବିଶ୍ୱ ଅର୍ଥନୀତି, ଶକ୍ତି, ପରିବେଶ, କୃଷି, ସ୍ବାସ୍ଥ୍ୟ ଏବଂ ଡିଜିଟାଲ ପରିବର୍ତ୍ତନ ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ।
ଜି-୨୦ ସମ୍ମିଳନୀରେ ଯୋଗଦେବା ପାଇଁ ଇଣ୍ଡୋନେସିଆ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ୧୫ ନଭେମ୍ବରରେ ବାଲିରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରିଛି। ବାଲି ସମ୍ମିଳନୀ ସମୟରେ ମୁଁ ବିଶ୍ୱସ୍ତରୀୟ ବିକାଶ, ଖାଦ୍ୟ ଏବଂ ଶକ୍ତି ସୁରକ୍ଷା, ପରିବେଶ, ସ୍ବାାସ୍ଥ୍ୟ ଏବଂ ଡିଜିଟାଲ ପରିବର୍ତ୍ତନ ଭଳି ବିଶ୍ୱସ୍ତରୀୟ ପ୍ରସଙ୍ଗରେ ଜି୨୦ ନେତାଙ୍କ ସହିତ ବିସ୍ତୃତ ଆଲୋଚନା କରିବି। ଏହି ସମ୍ମିଳନୀରେ ମୁଁ ଅନ୍ୟ ଦେଶର ନେତାଙ୍କୁ ଭେଟିବି ଏବଂ ସେମାନଙ୍କ ସହ ଭାରତର ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିବି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri