ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ଆସନ୍ତାକାଲି…

ଭୁବନେଶ୍ୱର,୧୬ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ୍‌ ୧୭ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ନେଇ ବଡ଼ ଅପଡେଟ୍‌ ଆସିଛି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବାଠାରୁ ଆରମ୍ଭ କରି ପୁଣି ଦିଲ୍ଲୀ ଫେରିଯିବା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀ ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ।

ସେଠାରୁ ସିଧା ଗାଡ଼କଣ ବସ୍ତି ଅଭିମୁଖେ ବାହାରିବେ। ୧୧ଟା ୧୦ରେ ଗାଡ଼କଣ ବସ୍ତିରେ ପ୍ରଧାନମନ୍ତ୍ରୀ ପହଞ୍ଚିବେ। ପରେ ୧୧.୧୫ରୁ ୧୧ଟା ୪୫ ପର୍ଯ୍ୟନ୍ତ ଆବାସ ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ କଥାବାର୍ତ୍ତା କରିବେ। ୧୧ଟା ୪୫ରୁ ଗାଡ଼କର ଛାଡ଼ି ୧୧ଟା ୫୫ରେ ଜନତା ମଇଦାନରେ ପହଞ୍ଚିବେ। ସେଠାରେ ଜନତା ଅପରାହ୍ନ ୧ଟା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ।

ଏଥିସହିତ ବିଭିନ୍ନ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ, ଲୋକାର୍ପଣ କରିବେ। ଜନତା ମଇଦାନରେ କାର୍ଯ୍ୟକ୍ରମ ସାରି ପ୍ରଧାନମନ୍ତ୍ରୀ ୧.୨୦ରେ ଦିଲ୍ଲୀ ଫେରିଯିବାର ସୂଚନା ରହିଛି।

ସୁଭଦ୍ରା ଶୁଭାରମ୍ଭ ପାଇଁ ୧୭ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ବର ଆସିବେ। ତାଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା କରାଯାଇଛି। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏ ଏହି କଟକଣା ରହିବ। କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି ହୋଇଛି। ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ କଟକଣା ହେବ। ଏହା ସହ ନନ୍ଦନକାନନ-ଜୟଦେବ ବିହାର ଯିବା ପାଇଁ ଡମଣା ଛକରୁ ବାମକୁ ଯିବାକୁ ପଡ଼ିବ। ଆଚାର୍ଯ୍ୟ ବିହାର-ସୈନିକ ସ୍କୁଲ ଦେଇ ନନ୍ଦନକାନନ ଆଡ଼କୁ ମଧ୍ୟ ଯାଇପାରିବେ।ଜରୁରିକାଳୀନ ସେବା ଫାୟାର, ଆମ୍ବୁଲାନ୍ସ ପାଇଁ କଟକଣା ନାହିଁ।

ପ୍ରଧାନମନ୍ତ୍ରୀ  ଭୁବନେଶ୍ୱରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏଥିପାଇଁ ବିପୁଳ ଜନ ସମାଗମ ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଉକ୍ତଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ ସରକାରୀ କାର୍ଯ୍ୟାଳୟଗୁଡିକ ପ୍ରଥମାର୍ଦ୍ଧ ଛୁଟି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?