ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର ଅପବ୍ୟବହାର କରିଥିବା ସନ୍ଦେହରେ ବ୍ରିଟିଶ ପୋଲିସ ତାଙ୍କୁ ହେପାଜତକୁ ନେଇଛି। ଉଲ୍ଲେଖଯୋଗ୍ୟ ଯେ, ଗୁରୁବାର ତାଙ୍କର ୬୬ତମ ଜନ୍ମଦିନ ଥିବାବେଳେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଥେମ୍ସ ଭ୍ୟାଲି ପୋଲିସ ପକ୍ଷରୁ ଏହି ଗିରଫଦାରୀ କରାଯାଇଛି। ପୋଲିସ ସିଧାସଳଖ ଆଣ୍ଡ୍ର୍ୟୁଙ୍କ ନାମ ନେଇନଥିଲେ ମଧ୍ୟ ନରଫୋକରୁ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ସ୍ପଷ୍ଟ କରିଛି। ବର୍ତ୍ତମାନ ବାର୍କସାୟାର ଏବଂ ନରଫୋକର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।

ଆମେରିକାର ଯୌନ ଅପରାଧୀ ଜେଫ୍ରି ଏପଷ୍ଟାଇନଙ୍କ ସହ ଆଣ୍ଡ୍ର୍ୟୁଙ୍କ ସମ୍ପର୍କକୁ ନେଇ ଦୀର୍ଘ ଦିନରୁ ବିବାଦ ଲାଗିରହିଥିଲା। ନିକଟରେ ଆମେରିକା ସରକାରଙ୍କ ଦ୍ୱାରା ଜାରି ହୋଇଥିବା ଗୁପ୍ତ ଦସ୍ତାବିଜରୁ ଜଣାପଡିଛି ଯେ, ଆଣ୍ଡ୍ର୍ୟୁ ବ୍ରିଟେନର ବାଣିଜ୍ୟ ପ୍ରତିନିଧି ଥିବା ସମୟରେ କେତେକ ଗୁପ୍ତ ସରକାରୀ ତଥ୍ୟ ଏପଷ୍ଟାଇନଙ୍କୁ ପ୍ରଦାନ କରିଥିଲେ।

ଏହି ଘଟଣାରେ ପ୍ରତିକ୍ରିୟା ରଖି ବ୍ରିଟେନ ପ୍ରଧାନମନ୍ତ୍ରୀ କିର ଷ୍ଟାରମର କହିଛନ୍ତି ଯେ, “ଆଇନ ଆଗରେ କେହି ବଡ଼ ନୁହନ୍ତି” ଏବଂ ଏହି ନିୟମ ସମସ୍ତଙ୍କ ପାଇଁ ସମାନ ଭାବେ ଲାଗୁ ହେବା ଉଚିତ।

ଏହି ବିବାଦ ପାଇଁ ୨୦୨୫ ନଭେମ୍ବର ୩ ତାରିଖରେ ରାଜା ଚାର୍ଲସ ନିଜ ଭାଇ ଆଣ୍ଡ୍ର୍ୟୁଙ୍କଠାରୁ ‘ରାଜକୁମାର’ ଏବଂ ‘ଡ୍ୟୁକ୍ ଅଫ୍ ୟର୍କ’ ଭଳି ସମସ୍ତ ସମ୍ମାନଜନକ ଉପାଧି ଛଡ଼ାଇ ନେଇଥିଲେ।

ଆଣ୍ଡ୍ର୍ୟୁ ନିଜ ଉପରେ ଲାଗିଥିବା ସମସ୍ତ ଅଭିଯୋଗକୁ ବାରମ୍ବାର ଅସ୍ୱୀକାର କରିଆସୁଥିଲେ ମଧ୍ୟ, ଏହି ଗିରଫଦାରୀ ବ୍ରିଟିଶ ରାଜ ପରିବାର ପାଇଁ ଏକ ବଡ଼ ଅପମାନ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?