ଥାନାରେ କ୍ଷମା ପ୍ରାର୍ଥନା କଲେ ପ୍ରଧାନଶିକ୍ଷକ, ଏହି ବିଷୟକୁ ନେଇ ଦେଇଥିଲେ କଡ଼ା ମନ୍ତବ୍ୟ

ଦାରିଙ୍ଗବାଡି, ୧୬ ।୧୦ (ଅରୁଣ ସାହୁ ): ଭୁବନେଶ୍ୱରରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଙ୍ଘର ଶତାଦ୍ଦୀ ଦିବସ ପାଳନ ସମ୍ପର୍କିତ ଏକ ଖବର ବୈଦ୍ୟୁତିକ ଗଣମାଧ୍ୟମରେ ଖବର ପ୍ରକାଶିତ ହେଉଥିଲା। ସେହି ଖବରକୁ ଦେଖି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଦେଶୀ ନାୟକ କଟୁ ମନ୍ତବ୍ୟ ଦେଇଥିଲେ । ଯାହାକୁ ନେଇ ରାଷ୍ଟ୍ରୀୟ ସ୍ବୟଂ ସେବକ ସଙ୍ଘପକ୍ଷରୁ ଚାପା ଉତ୍ତେଜନା ଦେଖାଯାଇଥିଲା । ଏନେଇ ମଙ୍ଗଳବାର ରାତିରେ ଦାରିଙ୍ଗବାଡି ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ପୋଲିସ ବୁଧବାର ଅପରାହ୍ନରେ ସମ୍ପୃକ୍ତି ପ୍ରଧାନଶିକ୍ଷକଙ୍କୁ ଥାନାକୁ ଡକାଇ ଘଟଣା ସମ୍ପର୍କରେ ପଚାରାଉଚରା କରିଥିଲା । ଏଥିସହ ଅଭିଯୋଗ କରିଥିବା ସୁକାନ୍ତ କୁମାର ସାହୁ, ମିଟୁ ସାହୁ ଓ ଅନ୍ୟମାନଙ୍କୁ ମଧ୍ୟ ପୋଲିସ ଡକାଇ ଥାନାରେ ବହୁ ସମୟ ଧରି ଘଟଣାର ତଦନ୍ତ ଓ ଆଲୋଚନା ପରେ ପ୍ରଧାନଶିକ୍ଷକ ଘଟଣାରେ ଦୁଃଖ ପ୍ରକାଶ କରିବା ସହ କ୍ଷମା ପ୍ରାର୍ଥନା କରି ନିଜେ ଏହି କ୍ଷମା ପ୍ରାର୍ଥନା ସମ୍ପର୍କରେ ଲିଖିତ ଭାବେ ପୋଲିସକୁ ଦେଇଥିଲେ। ଆଗକୁ ଏଭଳି କଟୁ ମନ୍ତବ୍ୟ କାହାରିକି ଦେବି ନାହିଁ ବୋଲି ଶିକ୍ଷକ ନିଜ ଲିଖିତପତ୍ରରେ ଉଲ୍ଲେଖ କରିଛନ୍ତି। ପୋଲିସ ପକ୍ଷରୁ ମଧ୍ୟ ଅଭିଯୋଗ ପାଇ ଏକ ଷ୍ଟେଶନ ଡାଏର କରାଯିବା ସହ ଏଏସଆଇ ଅର୍ଜୁନ ଶବର ଘଟଣାର ତଦନ୍ତ କରୁଥିଲେ । ଏହି ଉଭୟପକ୍ଷ ଆଲୋଚନା ସମୟରେ ଡିଏସପି ତଥା ଦାରିଙ୍ଗବାଡି ଥାନା ଅଧିକାରୀ କନକ ମାଝୀ ଉପସ୍ଥିତ ରହି ଘଟଣାର ତଦନ୍ତ କରାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri