ଛୁଟି ଦେଲେନି ପ୍ରିନ୍ସିପାଲ:ହାତରେ ସାଲାଇନ ଲଗାଇ ସ୍କୁଲ ଆସିଲେ ଶିକ୍ଷକ

ପାଟଣାଗଡ଼,୮।୩(ସଚ୍ଚିଦାନନ୍ଦ ମହାକୁର):ବଲାଙ୍ଗୀର ଜିଲା ପାଟଣଗଡ଼ ବ୍ଲକ୍‌ ଭଇଁଷାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଛୁଟି ନ ମିଳିବାରୁ ସ୍କୁଲର ଗଣିତ ଶିକ୍ଷକ ତାଙ୍କ ହାତରେ ସାଲାଇନ ଲଗାଇ ପରିବାରବର୍ଗଙ୍କ ସହ ସ୍କୁଲକୁ ଆସିବା ଦୃଶ୍ୟ ଚର୍ଚ୍ଚାର ବିଷୟ ହୋଇଛି। ଶିକ୍ଷକ ଜଣକ ହେଲେ ବେଲପଡ଼ା ବ୍ଳକ୍‌ ଧୁମାଭଟା ପଞ୍ଚାୟତ ଜଲିଆ ଗାଁର ପ୍ରକାଶ ଭୋଇ।
ମିଳିଥିବା ସୂଚନା ଅନୁଯାୟୀ, ଗତ ଅଗଷ୍ଟ ୨୨ରେ ଗଣିତ ଶିକ୍ଷକ ପ୍ରକାଶ ବେଲପଡ଼ାରୁ ଭଇଁଷା ଆଦର୍ଶ ବିଦ୍ୟାଳୟକୁ ବଦଳିହୋଇ ଆସିଥିଲେ। ସେ ଉକ୍ତ ବିଦ୍ୟାଳୟରେ ବର୍ତ୍ତମାନ ଗଣିତ ଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି। ଗତ ଗୁରୁବାର ତାଙ୍କ ଅଜାଙ୍କ ପରଲୋକ ହେବା ଖବର ପାଇ ସେ ସ୍କୁଲ ଷ୍ଟାଫ୍‌ଙ୍କ ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ଛୁଟି ନେବା ପାଇଁ ଲିଖିତ ଭାବରେ ଜଣାଇଥିଲେ। କିନ୍ତୁ ସ୍କୁଲର ପ୍ରିନ୍ସିପାଲ ତାଙ୍କୁ ଛୁଟି ଦେଇ ନ ଥିଲେ ବୋଲି ଅଭିଯୋଗ ହୋଇଛି। ଫଳରେ ପ୍ରକାଶ ଗୁରୁବାର ସ୍କୁଲକୁ ଆସିଥିଲେ। ସ୍କୁଲରୁ ଛୁଟି ହେବା ପରେ ତାଙ୍କ ଜଲିଆ ସ୍ଥିତ ନିଜ ଘରକୁ ଯାଇଥିଲେ। ଶୁକ୍ରବାର ସକାଳୁ ତାଙ୍କ ଦେହ ଅସୁସ୍ଥ ହେବାରୁ ସେ ଘରୁ ସାଲାଇନ ଲଗାଇ ପରିବାର ଲୋକଙ୍କ ସହ କାର୍‌ ଯୋଗେ ସ୍କୁଲକୁ ଆସିଥିଲେ। କିନ୍ତୁ ଦେହ ଅଧିକ ବିଗିଡ଼ିଯିବାରୁ ସ୍କୁଲରୁ ସେ ଭଇଁଷା ଗାଁରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଯାଇଥିଲେ। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ସେ ପୁଣି ସ୍କୁଲକୁ ଆସିଥିଲେ। ଏହି ଘଟଣା ସାଧାରଣରେ ଗଭୀର ଆଲୋଡନ ସୃଷ୍ଟି କରିଛି। ଅପରପକ୍ଷରେ ସମ୍ପୃକ୍ତ ଗଣିତ ଶିକ୍ଷକ ପ୍ରକାଶଙ୍କୁ ପଚାରିବାରେ ଛୁଟି ନ ମିଳିବାରୁ ସେ ବିଦ୍ୟାଳୟକୁ ଅସୁସ୍ଥ ଅବସ୍ଥାରେ ଆସିଥିବା କହିଥିଲେ। ଏ ସମ୍ପର୍କରେ ବିଦ୍ୟାଳୟର ପ୍ରିନ୍ସିପାଲଙ୍କୁ ପଚାରିବାରେ ଶିକ୍ଷକ ଜଣକ ଛୁଟି ମାଗି ନ ଥିବା କହିଥିଲେ। ସ୍କୁଲକୁ ଯଦି ଜଣେ ସାଲାଇନ ଲଗାଇ ଆସିଲେ ତେବେ କ’ଣ କରାଯିବ ବୋଲି ପାଲଟା ପ୍ରଶ୍ନ କରିଥିଲେ। ଅପରପକ୍ଷରେ ବ୍ଲକ୍‌ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶଙ୍କର ପ୍ରସାଦ ମାଝିଙ୍କୁ ପଚାରିବାରେ ଏହାର ତଦନ୍ତ କରାଯିବ। ରିପୋର୍ଟ ଆସିଲା ପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ମାଝି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?